ରାଜ୍ୟ ସ୍ପେଶାଲ ରିପୋର୍ଟ

ଏସ୍‌ଓପି ଜାରି କଲେ ଏସ୍‌ଆର୍‌ସି: ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବେନଶ୍ବର: ରାଜ୍ୟରେ ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ଆଜି ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ ଏସ୍‌ଓପି ଜାରି କରିଛନ୍ତି। ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଗତ ଦୁଇଦିନ ହେଲା ତାତି ବଢ଼ିଥିବାବେଳେ ଜୁନ୍‌ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ। ତେଣୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି। ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ କ’ଣ କରିବେ, କ’ଣ କରିବେନି ସେନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରଚାର କରିବାକୁ କୁହାଯାଇଛି। ଯେଉଁ ଗାଁ, ୱାର୍ଡ, ପଡ଼ାରେ ଜଳସଙ୍କଟ ସ୍ଥିତି ଅଛି ସେଗୁଡ଼ିକୁ ଚିହ୍ନଟ କରି ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ କରିବାକୁ କୁହାଯାଇଛି। ଖରାପ ନଳକୂପକୁ ମରାମତି କରିବା, କେନାଲରେ ପାଣି ଛାଡ଼ିବା, ପାନୀୟ ଜଳସେବା କେନ୍ଦ୍ର ଖୋଲିବା, ପଶୁପକ୍ଷୀଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ରଖିବାକୁ କୁହାଯାଇଛି।

ସେହିପରି ସ୍କୁଲ, କଲେଜ ଏବଂ ସମସ୍ତ ଶିକ୍ଷାନୁଷ୍ଠାନରେ ପିଲାଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରିବା, ଓଆର୍‌ଏସ୍‌ ରଖିବା, ପଡ଼ିଆରେ ‌େଖଳକୁଦ ବନ୍ଦ କରିବା, ସ୍କୁଲରେ ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ପିଲାଙ୍କୁ ସଚେତନ କରିବା, ଅଭିଭାବକମାନେ ପିଲାଙ୍କୁ ପାଣି ବୋତଲ ଦେଇ ସ୍କୁଲ ଛାଡ଼ିବା, କେବଳ ସକାଳ ସମୟରେ ଅଙ୍ଗନବାଡି କେନ୍ଦ୍ର ଖୋଲିବାକୁ କୁହାଯାଇଛି।

ଏହାସହ ସମସ୍ତ ପିଏଚ୍‌ସି, ସିଏଚ୍‌ସି, ସବ୍‌ଡିଭିଜନ, ଜିଲ୍ଲା ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ସାଲାଇନ୍, ଓଆର୍‌ଏସ୍‌ ରଖାଯିବ। ଅଂଶୁଘାତ ୱାର୍ଡ ଖୋଲିବ, ସମସ୍ତ ଯାତ୍ରୀବାହୀ ବସ୍‌ରେ ପାଣି, ଓଆର୍‌ଏସ୍‌ ରଖିବା, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେନି, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା କରିବାକୁ କୁହାଯାଇଛି। ଯେଉଁଠି ଅଂଶୁଘାତ ମୃତ୍ୟୁ ଅଭିଯୋଗ ଆସିବ ସେଠାରେ ତହସିଲଦାର/ଅତରିକ୍ତ ତହସିଲଦାର କିମ୍ବା ରାଜସ୍ବ ଅଧିକାରୀଙ୍କ ସହ ସିଡିଏମ୍‌ଓ/ଏସ୍‌ଡିଏମ୍‌ଓ ଏହାର ତଦନ୍ତ କରି ରିପୋର୍ଟ ଦେବେ। ଅଂଶୁଘାତ ମୃତ୍ୟୁ ପ୍ରମାଣିତ ହେଲେ ତୁରନ୍ତ କ୍ଷତିପୂରଣ ଦେବା ବ୍ୟବସ୍ଥା କରାଯିବ। ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି ଜିଲ୍ଲାସ୍ତରରେ ପ୍ରସ୍ତୁତିକୁ ନେଇ ସମୀକ୍ଷା କରିବାକୁ କୁହାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।