ରାଜ୍ୟ ସ୍ପେଶାଲ ରିପୋର୍ଟ

୧୬ ଯାଏ ସ୍କୁଲ୍‌, ଅଙ୍ଗନବାଡ଼ି ବନ୍ଦ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ୧୨ ତାରିଖ ଠାରୁ ୧୬ ତାରିଖ ଯାଏ ବନ୍ଦ ରହିବ। ଉଭୟ ସରକାରୀ ଓ ବେସରକାରୀ ସ୍କୁଲ୍‌ର ଦଶମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ୍‌ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗ୍ରୀଷ୍ମ ପ୍ରବାହର ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ୧୬ ତାରିଖ ପରେ ପରିସ୍ଥିତିକୁ ଦେଖି ସରକାର ପରବର୍ତ୍ତୀ ପଦକ୍ଷେପ ନେବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଜାପାନ ଗସ୍ତ ଶେଷ କରି ଆଜି ଭୁବନେଶ୍ବର ଫେରିଛନ୍ତି। ଏଠାରେ ପହଞ୍ଚିଲା ପରେ ସଙ୍ଗେ ସଙ୍ଗେ ବରିଷ୍ଠ ଅଧିକାରୀମାନଙ୍କ ସହ ଗ୍ରୀଷ୍ମ ପ୍ରବାହ ଓ ବିଭିନ୍ନ ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରସଙ୍ଗ ଉପରେ ସମୀକ୍ଷା କରିଥିଲେ। ଗତ କିଛି ଦିନ ହେଲା ରାଜ୍ୟର ତାପମାତ୍ରା ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗ ମଧ୍ୟ ଗ୍ରୀଷ୍ମପ୍ରବାହ ସତର୍କତା ଜାରି କରିଛି। ଏହାକୁ ନଜରରେ ରଖି ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗ ସବୁ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପିଇବା ପାଣି ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଗ୍ରୀଷ୍ମ ପ୍ରବାହ ସମୟରେ ବିଜୁଳି ଚାହିଦାକୁ ନଜରରେ ରଖି ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ନିଶ୍ଚିତ କରିବାକୁ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ପେଶାଦାର ପାଣିପାଗ ସଂସ୍ଥା ସହ ସମ୍ପର୍କରେ ରହି ମୌସୁମୀ ସମ୍ପର୍କିତ ସୂଚନା ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ସେହି ଅନୁଯାୟୀ ଆଗୁଆ ଯୋଜନା ପ୍ରସ୍ତୁତ କରାଯିବ।

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ନେଇ ସନ୍ତୋଷ ପ୍ରକାଶ କରିଥିଲେ। ଏହି ଯୋଜନାର ଗୁରୁତ୍ବକୁ ନଜରରେ ରଖି ହିତାଧିକାରୀଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇବା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଦେଶ ତଥା ରାଜ୍ୟର କୋଭିଡ୍‌ ସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ପରିସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି। ଲୋକଙ୍କୁ ସଚେତନ କରିବା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି। ପରିସ୍ଥିତିକୁ ଲଗାତାର ଭାବେ ନଜରରେ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ୍ ବୈଠକକୁ ସଂଯୋଜନା କରିଥିଲେ। ମୁଖ୍ୟ ଶାସନ ସଚିବ ପି କେ ଜେନା, ଉନ୍ନୟନ କମିସନର୍‌ ଅନୁ ଗର୍ଗ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ସାମିଲ ହୋଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।