ରାଜ୍ୟ ସ୍ପେଶାଲ ରିପୋର୍ଟ

୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ବି ଲାଗିଲା କଟକଣା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସମ୍ବଲପୁର: ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।  ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଏହାଛଡ଼ା ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ଟୁଇଟର ଆଦିର ପୋଷ୍ଟ ଉପରେ ବି କଟକଣା ଜ‌ାରି କରାଯାଇଛି। ଆଜି ବି ସମ୍ବଲପୁରରେ ପୁଲିସ ଛାଉଣି ହୋଇଛି। ଏଣେ ପ୍ରଶାସନ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି।

ସୂଚନାଯୋଗ୍ୟ,  ଗତକାଲି ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ପଥର ମାଡ଼ ହୋଇଥିଲା। ସନ୍ଧ୍ୟା ସମୟରେ ରାଲିରେ ଥିବା ଲୋକ ଓ ପୁଲିସ ଉପରକୁ ପଥର ମାଡ଼ ହୋଇଥିଲା। ରାଲି ପାଇଁ ମୁତୟନ ଥିବା ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।