ରାଜ୍ୟ ସ୍ୱାସ୍ଥ୍ୟ

ଫେରିଲା କଟକଣା: ସ୍ବାସ୍ଥ୍ୟାନୁଷ୍ଠାନ ମାସ୍କ ପରିଧାନ ବାଧ୍ୟତାମୂଳକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟରେ ଦୀର୍ଘଦିନର ବ୍ୟବଧାନ ପରେ ପୁଣିଥରେ ମାସ୍କ କଟକଣା ଫେରିଛି। କ୍ରମାଗତ ଭାବେ କରୋନା ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର ସ୍ବାସ୍ଥ୍ୟାନୁଷ୍ଠାନଗୁଡ଼ିକରେ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରିଛନ୍ତି। ସୋମବାର ଦିନ ଏ ସଂକ୍ରାନ୍ତରେ ସବୁ ସିଡିଏମ୍‌ଓ ଓ ମେଡିକାଲ କଲେଜର ଅଧୀକ୍ଷକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।

ବିଭାଗ ପକ୍ଷରୁ କୁହାଯାଇଛି ଯେ ଦେଶ ତଥା ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ୁଛି। କୋଭିଡ ନିୟମାବଳୀ ଅନୁପାଳନ ପାଇଁ ସ୍ବାସ୍ଥ୍ୟାନୁଷ୍ଠାନ ଗୁଡ଼ିକରେ ମାସ୍କ ପରିଧାନ କରିବା ଜରୁରୀ‌ ହୋଇପଡ଼ିଛି। ତେଣୁ ଡ୍ୟୁଟି ସମୟରେ ସବୁ ସ୍ବାସ୍ଥ୍ୟକର୍ମୀ ମାସ୍କ ପିନ୍ଧିବେ। ଏହାସହ ବୈଠକରେ ଥିବା ଅଧିକାରୀ, ଘର ଭିତରେ ଲୋକଙ୍କ ଗହଳି ସମୟରେ, କ୍ଲିନିକାଲ/ଲାବୋରେଟାରି ଓ ଅନ୍ୟ ସେବା ଯୋଗାଉଥିବା କର୍ମଚାରୀ, ଉଚ୍ଚ ସଂକ୍ରମଣ ଆଶଙ୍କା ଥିବା ସ୍ଥାନର ପରିଦର୍ଶନ ଓ ଇନଫ୍ଲୁଏଞ୍ଜା ଲକ୍ଷଣ ଥିବା ବ୍ୟକ୍ତି ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି।

TV9 Bharatvarsh

ଅପରପକ୍ଷରେ ରାଜ୍ୟରେ କରୋନା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୩ହଜାର ଟପିଛି। ଚଳିତମାସରେ ଲଗାତାର ଭାବେ ଦୈନିକ ସଂକ୍ରମଣ ୩ଶହ ଉପରେ ଜାରି ରହିବା ପଳରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ହୋଇଛି। ଦେଶରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ଓଡ଼ିଶା ନବମ ସ୍ଥାନରେ ରହିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୮୨ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ସୁନ୍ଦରଗଡ଼ରେ ସର୍ବାଧିକ ୧୫୮, ସମ୍ବଲପୁର ୬୫, ନୂଆପଡ଼ା ୨୧, କଟକ ୧୬, କଳାହାଣ୍ଡି-ନବରଙ୍ଗପୁର ୧୫ ଲେଖାଏ, ବରଗଡ଼-ଖୋର୍ଧାରେ ୧୪ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମୁଦାୟ ରୋଗୀଙ୍କ ସଂଖ୍ୟା ୩୦୩୨କୁ ବୃଦ୍ଧି ପାଇଛି। ଆଉ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲାଗୁଡ଼ିକରେ ସଂକ୍ରମଣ ପୂର୍ବଭଳି ଜାରି ରହିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ