ରାଜ୍ୟ ସ୍ପେଶାଲ ରିପୋର୍ଟ

ଜାରି ରହିଛି କାଳବୈଶାଖୀ ପ୍ରଭାବ, ୨୯ ତାରିଖ ଯାଏ ବଢ଼ିବନି ତାତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଏବେ ପାଗ ଥଣ୍ଡା ରହିଛି। ସୋମବାର ଦିନ କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ବର୍ଷା ହେବା ସହ କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଯାଇଛି। ଏହାଛଡ଼ା ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହୋଇଥିଲା। ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିବ। ଫଳରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ୫ ଦିନ ପରେ ରାଜ୍ୟର ତାପମାତ୍ରା ଧୀରେଧୀରେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ର କହିଛି ଯେ ଆଜି(ମଙ୍ଗଳବାର) ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା‌, ବଲାଙ୍ଗୀର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ। ଅପରାହ୍ନ ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବି ହେବ। ୨୬ ତାରିଖ ଆଡ଼କୁ ପବନର ବେଗ ଟିକେ କମିବ। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ସୋନପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ୩୦ରୁ ୪୦ କିମି ମଧ୍ୟରେ ରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହେବ। ପୁଣି ୨୭ ତାରିଖ ଆଡ଼କୁ କାଳବୈଶାଖୀର ପ୍ରଭାବ ବଢ଼ିବ।

ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକଠାରୁ ଆରମ୍ଭ କରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ୪୦ରୁ ୫୦ କିମି ଯାଏ ରହିବ। ଏଥିସହ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି ଅଞ୍ଚଳରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ୨୮ ତାରିଖ ଦିନ ବର୍ଷାର ବିସ୍ତୃତି କମିବ। ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ତଳେ ‌ରହିଛି। ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ବଲାଙ୍ଗୀରଠାରେ ୩୮.୮ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୫ ଦିନ ରାଜ୍ୟର ତାପମାତ୍ରା ଏହିଭଳି ରହିବାର ସମ୍ଭାବନା ରହିଛି। ମଙ୍ଗଳବାର ଦିନ ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ଦିନର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ। ଆକାଶ ଆଂଶିକ ମେଘୁଆ ରହିବ ଓ ଅପରାହ୍ନ ଆଡ଼କୁ ବର୍ଷା ସମ୍ଭାବନା ମଧ୍ୟ ରହିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।