ଅପରାଧ ରାଜ୍ୟ

ସମ୍ବଲପୁର ହିଂସାକାଣ୍ଡ: ଜିଲ୍ଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିସନ୍‌ ନୋଟିସ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରୁ ସୃଷ୍ଟ ଗଣ୍ଡଗୋଳ ଓ ହିଂସାକାଣ୍ଡ ଘଟଣାକୁ ରାଜ୍ୟ ମାନବାଧିକାର କମିସନ୍‌ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଏହି ପ୍ରସଂଗରେ ସମ୍ବଲପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କ ନିକଟରୁ କମିସନ୍‌ ରିପୋର୍ଟ ତଲବ କରିଛନ୍ତି। କମିସନ୍‌ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ଅଭିଯୋଗକୁ ବିଚାର ପାଇଁ ଗ୍ରହଣ କରିବା ସହିତ ସମ୍ବଲପୁର ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ମେ ୭ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମେ ୮ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

ଶ୍ରୀ ମହାନ୍ତି ତାଙ୍କ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଗଣ୍ଡଗୋଳ ହୋଇଥିଲା ଓ ପରବର୍ତ୍ତୀ ସମୟରେ ପରିସ୍ଥିତି ଗୁରୁତର ହୋଇଥିଲା। ଶୋଭଯାତ୍ରା ସମୟରେ ପୁଲିସ ଗ୍ରହଣ କରିଥିବା ସୁରକ୍ଷା ବ୍ୟବସ୍ଥାକୁ ନେଇ ଅଭିଯୋଗ ରହିଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟଣାସ୍ଥଳରେ ମୁତୟନ ପୁଲିସ ବଳ ଯଥେଷ୍ଟ ଥିଲେ ନା ନାହିଁ ତାକୁ ନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଇଣ୍ଟରନେଟ୍ ସେବା ବନ୍ଦ ନିଷ୍ପତ୍ତି କେଉଁ ପରିସ୍ଥିତିରେ ନିଆଯାଇଥିଲା ସେ ନେଇ ଜବାବ ତଲବ କରାଯାଉ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଦୀର୍ଘ ସମୟ ଇଣ୍ଟରନେଟ୍ ସେବା ବନ୍ଦ ରହିବାରୁ ସାଧାରଣ ‌ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିଶେଷ କରି ଛାତ୍ରଛାତ୍ରୀମାନେ ଇଣ୍ଟରନେଟ୍‌ ସେବା ବନ୍ଦ ଦ୍ବାରା ହଇରାଣ ହୋଇଥିଲେ। ଏଥିସହିତ ମୃତ ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଉ। ଗୁରୁତର ଆହତ ପୁଲିସ ଅଧିକାରୀ ଓ ଅନ୍ୟମାନଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।