ରାଜ୍ୟ

ହାଇକୋର୍ଟରେ ସ୍କୁଲ୍‌ ଫି ମାମଲା: ସମୟ ନେଲେ ସରକାର, ଜୁନ୍‌ ୨୬ରେ ପରବର୍ତ୍ତୀ ଶୁଣାଣି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ହାଇକୋର୍ଟରେ ସ୍କୁଲ ଫି ବୃଦ୍ଧି ପ୍ରସଂଗ ସଂପର୍କିତ ମାମଲା‌ରେ ସରକାର ସମୟ ନେଇଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର୍‌ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓ ଜଷ୍ଟିସ୍‌ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ସମୟରେ ସରକାରଙ୍କ ତରଫରୁ ଅଧିକ ସମୟ ଲୋଡ଼ା ଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହିତ ଜୁନ୍‌ ୨୬କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। ଆଜି ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଥିଲା ଯେ ଫି ଛାଡ ପ୍ରସଂଗରେ ହାଇକୋର୍ଟଙ୍କ ପୂର୍ବ ନି‌ର୍ଦ୍ଦେଶ କେତେକ କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଇ ନାହିଁ। ଅନ୍ୟପକ୍ଷରେ ବେଆଇନ ଭାବେ ଛାତ୍ରଛାତ୍ରୀଙ୍କ ନିକଟରୁ ବର୍ଦ୍ଧିତ ଫି ଦାବି କରାଯାଉଛି। ଏହା ଏକ ଜରୁରୀ ପ୍ରସଂଗ।

ସୂଚନାଯୋଗ୍ୟ ଯେ ୨୦୨୨ ମାର୍ଚ୍ଚ ୭ରେ ହାଇକୋର୍ଟ ଓଡ଼ିଶା ଅଭିଭାବକ ସଂଘ ତରଫରୁ ଆଗତ ମାମଲାର ଶୁଣାଣି କରି ଚାରି ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସ୍କୁଲ କର୍ତ୍ତୃପକ୍ଷଙ୍କ ନିଟକରେ ଛାତ୍ରଛାତ୍ରୀ ଜମା କରୁଥିବା ଫି ପ୍ରସଂଗର ଭବିଷ୍ୟତ ମାମଲାର ଚୂଡ଼ାନ୍ତ ରାୟ ଉପରେ ନିର୍ଭର କରିବ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ମାମଲାରେ ଗଣଶିକ୍ଷା ବିଭାଗ ଜବାବ ଦାଖଲ କରିଥିବା ବେଳେ ଏହା ଉପରେ ଆବେଦନକାରୀ ପ୍ରତିଜବାବ ଦାଖଲ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ କରୋନା ମହାମାରୀ ସମୟରେ ସ୍କୁଲ୍‌ ଫି ଛାଡ ପ୍ରସଂଗ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ୨୦୨୦ରେ ଏ ନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ସ୍କୁଲ ଫି ଛାଡ଼ ପ୍ରସଂଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗଣଶିକ୍ଷା ସଚିବଙ୍କ ମଧ୍ୟସ୍ଥତାରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଥିଲା। ୨୦୨୦ ସେପ୍ଟେମ୍ବର୍‌ ୨୯ରେ ଏହି ରିପୋର୍ଟ ଗଣଶିକ୍ଷା ବିଭାଗ ହାଇକୋର୍ଟରେ ଦାଖଲ କରିଥିଲା। ବୈଠକରେ ଗ୍ରହଣ କରାଯାଇଥିବା ପ୍ରସ୍ତାବ ଅନୁସାରେ ୭ଟି ସ୍ଲାବ୍‌ରେ ସ୍କୁଲ୍‌ ଫି ଛାଡ଼ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଥିଲା। ହାଇକୋର୍ଟ ଏ ସଂପର୍କିତ ମାମଲାର ଚୂଡାନ୍ତ ରାୟ ୨୦୨୧ ଜାନୁଆରି ୭ରେ ପ୍ରକାଶ କରିଥିଲେ। ଏହାପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରି ଏମ୍‌ଓୟୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲା। ଅନ୍ୟପକ୍ଷରେ କରୋନା ମହାମାରୀର ପ୍ରଭାବ ୨୦୨୧ ଓ ୨୦୨୨ ବର୍ଷରେ ମଧ୍ୟ ଦେଖିବାକୁ ମିଳିଥିଲା। ଏହାସତ୍ତ୍ବେ ଏହି ଶିକ୍ଷାବର୍ଷରେ କେତେକ ସ୍କୁଲ୍‌ ଫି ବୃଦ୍ଧି କରୁଥିବା ଅଭିଯୋଗ ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।