ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାଜ୍ୟରେ ଏବେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି(ଶୁକ୍ରବାର) ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି।
ଆଜି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l