ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି

ବାରିପଦା/ରାଇରଙ୍ଗପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଗୁରୁବାର)ଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି। ସ୍ବତନ୍ତ୍ର ହେଲିକପ୍‌ଟର ଯୋଗେ ଆସି ୧୦ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ।

ଭ୍ରମଣ ସାରି ହେଲିକପ୍‌ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍‌ ହାଉସ୍‌ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍‌ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।