ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

୨,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୨୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳକୁ ଚାଲି ଆସିଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୧,୪୬୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୧ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୯୨କୁ ବୃଦ୍ଧି ପାଇଛି।

Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୧୪,୫୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୧୭୮କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୭୯,୭୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୭୩,୭୦୬ଟି ନମୁନା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ