ରାୟଗଡ଼ା: ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲ୍ଲା କାତ୍ରାଗାଡ଼ା ନିକଟରେ ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି, ତାହା ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। କାରଣ ବିଦ୍ୟତ୍ ଟ୍ରାନ୍ସଫର୍ମର ନିକଟରେ ହାତୀଙ୍କ ମୃତଦେହ ପଡ଼ିରହିଛି।

ଅପରପକ୍ଷରେ ଏହି ମୃତ ହାତୀଗୁଡ଼ିକ ଓଡ଼ିଶାର ହାତୀ ନା ଆନ୍ଧ୍ରର, ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଆନ୍ଧ୍ର ପୁଲିସ ଓ ବନ ବିଭାଗ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି। ମୃତ ହାତୀଙ୍କ ମଧ୍ୟରେ ୨ଟି ମାଈ ହାତୀ, ୨ ଅଣ୍ଡିରା ହାତୀ ରହିଥିବାର ଜଣାପଡ଼ିଛି। ପ୍ରକୃତ ତଦନ୍ତ ପରେ ତମାମ ଘଟଣା ଉପରୁ ପରଦା ହଟିପାରିବ ବୋଲି ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।