ରାଜ୍ୟ

ସମ୍ବଲପୁର ସର୍କଲ ଜେଲରେ କଏଦୀଙ୍କ ଆତ୍ମହତ୍ୟା!

ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲରେ ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଜଣେ କଏଦୀ ବେକରେ ଗାମୁଛା ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତକ ହେଲେ ସଦର ଥାନା ସିନ୍ଦୂରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ(୩୫)। ସେ ଗତକାଲି ଏକ ପାରିବାରିକ କଳହ ମାମଲାରେ ଅଭିଯୁକ୍ତ ସାବ୍ୟସ୍ତ ହେବା ପରେ ଜେଲକୁ ଆସିଥିଲେ। ଆଜି ‌ବଡ଼ି ଭୋରୁ ସେ ପ୍ରାଣ ହରାଇଥିବା ଜଣାଯାଇଛି।

ଏ ସଂପର୍କରେ ଜାଣିବା ପରେ ସମ୍ବଲପୁର ସର୍କଲ ଜେଲ କର୍ତ୍ତୃପକ୍ଷ ଧରଣୀଧର ମହାନନ୍ଦଙ୍କୁ  ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏନେଇ ସମ୍ବଲପୁର ସର୍କଲ ଜେଲ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇନାହାନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।