ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢଉ

କରଞ୍ଜିଆ: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରୁଛି କଟକ ଭିଜିଲାନ୍ସ ଟିମ୍। ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ବି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା।

ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିବା ବେଳେ ମଧ୍ୟ ଦୁର୍ନୀତି କରିଥିବାର ଅଭିଯୋଗ ପରେ ତାଙ୍କୁ  ଦୂର ଜିଲ୍ଲାକୁ ବଦଳି କରାଯାଇଥିଲା। ତେବେ ପୁଣି ପ୍ରାୟ ବର୍ଷକ ତଳେ ସେ କରଞ୍ଜିଆ ତହସିଲଦାର ଭାବେ ବଦଳି ହୋଇ ଆସିଥିଲେ।  ତାଙ୍କ ପୈତୃକ ଘର ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ବୋଲି ସୂଚନା ରହିଛି।

ଆଜି ସକାଳ ୭ଟା ବେଳେ କଟକ ଭିଜିଲାନ୍ସ ଟିମ୍  କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ପହଞ୍ଚିଥିଲା। ସେଠାରେ ଚଢଉ ସାରବା ପରେ ଏବେ ସରକାରୀ କାର୍ଯ୍ୟାଳୟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍ । ଏନେଇ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।