ରାଜ୍ୟ ସ୍ପେଶାଲ ରିପୋର୍ଟ

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ: ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ବିଜ୍ଞାନରେ ପାସ୍ ହାର ରହିଛି  ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାଯାଇଛି। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ । ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।

ଏଣେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି।

ବୁଧବାର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ଚଳିତବର୍ଷ ୪ଟି ଯାକ ବିଭାଗରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୬ ହଜାର ୪୪୯ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। କଳା ବିଭାଗରେ ୨ଲକ୍ଷ ୩୨ ହଜାର ୬୪୪, ବିଜ୍ଞାନରେ ୯୩ହଜାର ୭୩୦, ବାଣିଜ୍ୟରେ ୨୪ହଜାର ୨୪୬ ଓ ଧନ୍ଦାମୂଳକ ବିଭାଗରେ ୫୮୨୯ଜଣ ରହିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୫୫୦୦ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।

ଯୁକ୍ତ ୨ ଫଳ ଇଣ୍ଟରନେଟ୍‌ରେ ପ୍ରକାଶ ପାଇବ। ତେବେ ଅନେକ ଅଞ୍ଚଳରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଫଳ ଜାଣିବାରେ ସମସ୍ୟା ଦେଖାଦେଇପାରେ। ଏହାକୁ ଦୃଷ୍ଟିରେ ରଖି KMBB Collage of Engineering & Technology ସହଯୋଗରେ ‘ସମ୍ବାଦ’ ପରିବାର ପକ୍ଷରୁ Helpline ବ୍ୟବସ୍ଥା କରାଯାଇଛି। ଆଗ୍ରହୀ ଛାତ୍ରଛାତ୍ରୀ  ମୋବାଇଲ୍‌ ନମ୍ବର(୮୫୯୯୦୦୩୬, ୮୫୯୯୦୦୩୭, ୮୫୯୯୦୦୩୨)ରେ ଯୋଗାଯୋଗ କରି ଫଳାଫଳ ଜାଣିପାରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।