ରାଜ୍ୟ

ଏମ୍‌ସରେ ଡିଏନ୍‌ଏ ଟେଷ୍ଟିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଣ୍ଟେନରରେ ସଂରକ୍ଷିତ ହୋଇ ରହିଛି । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୫୯ଟି ମୃତଦେହ ହସ୍ତାନ୍ତର ପାଇଁ ରହିଛି।

ସୂଚନାଯୋଗ୍ୟ, ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୮ ଜଣଙ୍କ ଜୀବନ ଯାଇଛି । ଏମାନଙ୍କ ମଧ୍ୟରୁ ୧୭୭ ଜଣଙ୍କ ପରିଚୟ ମିଳିବା ସହ ମୃତଦେହକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ହେଲେ ଏପର୍ଯ୍ୟନ୍ତ ୧୦୧ ମୃତଦେହ ଚିହ୍ନଟ ହୋଇପାରିନି । କୌଣସି ମୃତଦେହ ଚିହ୍ନଟ ନେଇ ଦ୍ୱନ୍ଦ୍ୱ ଦେଖାଦେଲେ ମୃତଦେହର ଡିଏନଏ ଟେଷ୍ଟ କରାଯିବ । ଭୁବନେଶ୍ୱର ଏମ୍ସରେ ଡିଏନଏ ଟେଷ୍ଟିଂ ପାଇଁ ସ୍ୱତନ୍ତ୍ର ଡେକ୍ସ ଖୋଲଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।