ରାଜ୍ୟ

ଜ୍ବରରେ ଶ୍ରୀଜିଉ: ଆଜି ଫୁଲୁରି ତେଲ ଲାଗି

ପୁରୀ : ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବର ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି।

ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ‌ସେବକମାନଙ୍କ ଦ୍ବାରା ଚାଲିଛି ଶାସ୍ତ୍ରାନୁମୋଦିତ ଚିକିତ୍ସା। ଶାସ୍ତ୍ରାନୁସାରେ ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ଲେପ ଛଡ଼ାଇବା ପୂର୍ବରୁ ମହାପ୍ରଭୁଙ୍କୁ ଔଷଧଯୁକ୍ତ ତୈଳ ମର୍ଦ୍ଦନ କରିଥାନ୍ତି। ଏହି ପରମ୍ପରା ତଥା ଶାସ୍ତ୍ର ଆଧାରରେ ଆସନ୍ତାକାଲି ଅଣସର ବାସରେ ଥିବା ଶଯ୍ୟାଶାୟୀ ଶ୍ରୀବିଗ୍ରହମାନଙ୍କୁ ଜଡିବୁଟିଯୁକ୍ତ ଔଷଧୀୟ ଫୁଲୁରି ତେଲ ଲାଗି ହେବ। ପରେ ଶ୍ରୀଜିଉ ନବ‌ଯୌବନ ପ୍ରାପ୍ତି ହେବେ। ଏ ନେଇ ବଡ଼ ଓଡ଼ିଆ ମଠ ପକ୍ଷରୁ ସ୍ୱତନ୍ତ୍ର ଶୈଳୀରେ ଫୁଲୁରି ତେଲ ପ୍ରସ୍ତୁତ ହୋଇଛି। ଆସନ୍ତାକାଲି ଏହା ଶ୍ରୀମନ୍ଦିରକୁ ବିଜେ କରିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢ଼ିବାପରେ ପରମ୍ପରା ମୁତାବକ ବଡ ଓଡ଼ିଆ ମଠକୁ ଶ୍ରୀମନ୍ଦିର ପକ୍ଷରୁ ଫୁଲୁରି ତେଲ ବିଜେ ପାଇଁ ଖବର ଯିବ। ଏହାପରେ ବଡ଼ ଓଡ଼ିଆ ମଠ ମହନ୍ତ ଓ ଅନ୍ୟ ସାଧୁସନ୍ଥମାନେ ଶୋଭାଯାତ୍ରାରେ ମହୌଷଧୀଯୁକ୍ତ ଫୁଲୁରି ତେଲକୁ ଶ୍ରୀମନ୍ଦିରକୁ ବିଜେ କରିବେ। ଶ୍ରୀଜିଉଙ୍କ ପାଇଁ ତିନିଟି ସେରିକିଆ ମାଟି ଘଡ଼ିରେ ଫୁଲୁରି ତେଲ ବିଜେ କରାଯିବ। ଜ୍ବର ପୀଡ଼ିତ ମାନବଦେହୀ ମହାପ୍ରଭୁଙ୍କ ଶ୍ରୀଅଙ୍ଗର ଦରଜ ଭାଙ୍ଗିବା ପାଇଁ ତୈଳ ମର୍ଦ୍ଦନର ଏହି ପରମ୍ପରା କାହିଁ କେଉଁ ଅନାଦିକାଳରୁ ରହି ଆସିଛି।

କେମିତି ପ୍ରସ୍ତୁତ ହୁଏ ଫୁଲୁରି ତେଲ
ମହାପ୍ରଭୁଙ୍କୁ ଲାଗି ହେଉଥିବା ଦିବ୍ୟ ଫୁଲୁରି‌ ତେଲର ପ୍ରସ୍ତୁତି ଶୈଳୀ ସମ୍ପୂର୍ଣ୍ଣ ଭିନ୍ନ। ଏହି ତୈଳ ପାଇଁ ତିନିଟି ତିନି ସେରିଆ ମାଟି ଘଡ଼ିର ଆବଶ୍ୟକତା ରହିଥାଏ। ତିନି ଘଡ଼ିରେ ଘଣା ପେଡ଼଼ା ରାଶି ତେଲ ସହିତ କୃଷ୍ଣଭୋଗ ଧାନ, ବେଣା ଚେର, ଚନ୍ଦନ କାଠ, କେତକୀ, ଚମ୍ପା, ବଉଳ, ମାଳତୀ, ମଲ୍ଲୀ, ଜୁଇ, ଜାଇ ଆଦି ଫୁଲର ମିଶ୍ରଣ କରଯାଇଥାଏ। ଏହି ମିଶ୍ରଣ ପ୍ରସ୍ତୁତ କରିବାପାଇଁ ବଡ଼ ଓଡ଼ିଆ ମଠ ମହନ୍ତ ଓ ଅନ୍ୟ ସାଧୁସନ୍ଥମାନେ ସ୍ବତନ୍ତ୍ର ଶୈଳୀ ବ୍ୟବହାର କରିଥା’ନ୍ତି। ଯାହା ଆଜିପର୍ଯ୍ୟନ୍ତ ଗୋପନ ରଖାଯାଇଛି। ପ୍ରତିବର୍ଷ ହେରାପଞ୍ଚମୀ ଦିନ ଏହି ମିଶ୍ରଣକୁ ମାଟି ତଳେ ପୋତାଯାଏ। ପ୍ରାୟ ବର୍ଷେ ଧରି ମାଟି ତଳେ ରହିବା ପରେ ଏହି ମହୌଷଧୀକୁ ମାଟିରୁ ବାହାର କରାଯାଇଥାଏ। ପରେ କପଡ଼ାରେ ଛଣାଯାଇ ମାଟି ପାତ୍ରରେ ଶ୍ରୀମନ୍ଦିରକୁ ନିଆଯାଇଥାଏ। ଗାରଦରେ ଦାଖଲ ପରେ ଦଇତାପତି, ପତି ମହାପାତ୍ର ସେବକମାନେ ଏହାକୁ ଅଣସର ପିଣ୍ଡିରେ ବିଜେ ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି କରିଥା’ନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।