ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଅଛି। ତାଙ୍କ ଜୀବନ ଉପରେ କୌଣସି ବିପଦ ନ ଥିବା ଜଣାପଡ଼ିଛି।
ତେବେ କପିଲଙ୍କ ହୃଦଘାତ ଖବର ସାମ୍ନାକୁ ଆସିବା ପରେ ସୋସିଆଲ ମିଡ଼ିଆରେ ତାଙ୍କ ପ୍ରଶଂସକମାନେ ଖୁବଶୀଘ୍ର ଆରୋଗ୍ୟ ହେବା କାମନା କରିଛନ୍ତି। କପିଲ ଦେବଙ୍କ ଅଧିନାୟକତ୍ବରେ ଭାରତ ୧୯୮୩ରେ ପ୍ରଥମ ଥର ପାଇଁ ବିଶ୍ବକପ ଜିତିଥିଲା।
କପିଲ ତାଙ୍କ ଅନ୍ତଜାର୍ତୀୟ କ୍ୟାରିଅରେ ୧୩୧ ଟେଷ୍ଟ ଓ ୨୨୫ ଓ୍ବାନଡେ ମ୍ୟାଚ ଖେଳିଛନ୍ତି। ତାଙ୍କ ନାଁରେ ୫୨୪୮ ରନ୍ ଓ ୪୩୮ ଓ୍ବିକେଟର ରେକର୍ଡ ରହିଛି। ୧୯୯୪ରେ ସେ ଓ୍ବେଷ୍ଟଇଣ୍ଡିଜ ବିରୋଧରେ ଶେଷ ମ୍ୟାଚ ଖେଳିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ