ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟ ସରକାରଙ୍କ ରଜ ଭେଟି: ମହଙ୍ଗା ଭତ୍ତାରେ ୪% ବୃଦ୍ଧି, ଉପକୃତ ହେବେ ସରକାରୀ କର୍ମଚାରୀ ଓ ପେନସନ୍‌ଭୋଗୀ

ଭୁବନେଶ୍ବର: ରାଜ୍ୟ ସରକାର ମଙ୍ଗଳବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଗତ ନୂଆ ବର୍ଷ ଅବସରରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି କରିଥିଲେ। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଥିଲା। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୭.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।