ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ବାର୍ତ୍ତାରେ କହିଛନ୍ତି, ରଥଯାତ୍ରା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା। ଯେହେତୁ ଆମେ ଏହି ପବିତ୍ର ଉତ୍ସବ ପାଳନ କରୁ, ପ୍ରଭୁ ଜଗନ୍ନାଥଙ୍କ ଈଶ୍ୱରୀୟ ଯାତ୍ରା ଆମ ଜୀବନକୁ ସ୍ୱାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧରେ ପରିପୂର୍ଣ୍ଣ କରୁ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ଚେତନା ଓ ଦର୍ଶନରେ ରହିଛି ମାନବ ଜାତିର ଉତ୍ତରଣ ଓ ଅଧ୍ୟାତ୍ମ୍ୟ ଅନୁସରଣର ମାର୍ଗ। ରଥଯାତ୍ରା ସମାଜରେ ଶାନ୍ତି, ମୈତ୍ରୀ ଓ ପ୍ରେମ ପ୍ରତିଷ୍ଠାରେ ସହାୟକ ହେଉ ବୋଲି ସେ ଶ୍ରୀଜୀଉଙ୍କୁ ପ୍ରାର୍ଥନା କରିଛନ୍ତି।

ତେଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟରରେ ଲେଖିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।