ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଜିଲ୍ଲା ସମାଜମଙ୍ଗଳ ଅଧିକାରୀ: ୧୧ଟି ସ୍ଥାନରେ ଏକକାଳୀନ ଚଢ଼ଉ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଜିଲ୍ଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବାଲେଶ୍ବର ଓ ଭଦ୍ରକର ୧୧ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସେ ସଂପ୍ରତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ କାର୍ଯ୍ୟରତ।

ସୂଚନା ଅନୁଯାୟୀ, ଭଦ୍ରକ ଫିରିଙ୍ଗପାଟଣାରେ ଥିବା ଜୟନ୍ତୀ ବେହେରାଙ୍କ ୩ ମହଲା ବିଶିଷ୍ଟ ବାସଭବନ, ବାଲେଶ୍ୱର ସିଦ୍ଧେଶ୍ୱର କଲୋନିରେ ୩ ମହଲା ଓ ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୌତମ ନଗର ଅଞ୍ଚଳରେ ଫ୍ଲାଟ୍, ଓଲଡ ଟାଉନ ଅଞ୍ଚଳରେ ଥିବା ଫ୍ଲାଟରେ ଚଢ଼ଉ ଚାଲିଛି । ଖାଲି ସେତିକି ନୁହେଁ, ଜୟନ୍ତୀଙ୍କ ଭୁବନେଶ୍ବର କାର୍ଯ୍ୟାଳୟରେ ମଧ୍ୟ ଚଢ଼ଉ କରୁଛି ଭିଜିଲାନ୍ସ। ଏଣେ ବାଲେଶ୍ୱର ସୁନହଟରେ ଥିବା ସମ୍ପର୍କୀୟ ଓ ଜଣେ ସହଯୋଗୀଙ୍କ ଘରେ ବି ଚଢ଼ଉ ଚାଲିଛି। ଏହାଛଡ଼ା ଭଦ୍ରକରେ ଥିବା ତାଙ୍କୁ ପୁରୁଣା ଅଫିସରେ ବି ଚଢ଼ଉ କରାଯାଉଛି। ବାଲେଶ୍ବର ଭିଜିଲାନ୍ସ କୋର୍ଟଙ୍କ ଆଦେଶକ୍ରମେ ଏହି ଚଢ଼ଉ କରାଯାଉଥିବା ବେଳେ ଏଥିରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୮ଜଣ ଇନସ୍ପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିବା ଜଣାଯାଇଛି।

ସୂଚନାଯୋଗ୍ୟ ଭଦ୍ରକ ଜିଲ୍ଲାରେ ଛତୁଆ ଦୁର୍ନୀତିରେ ଜିଲ୍ଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା ଲିପ୍ତ ଥିବା ନେଇ ଭିଜିଲାନ୍ସ ନିକଟରେ  ଅଭିଯୋଗ ହୋଇଆସୁଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।