ରାଜ୍ୟ ସ୍ପେଶାଲ ରିପୋର୍ଟ

କଟକ- ଭୁବନେଶ୍ୱରରେ ପ୍ରାକ୍ ମୌସୁମୀ ବର୍ଷା: ଟୁଇନସିଟିବାସୀ ଆଶ୍ୱସ୍ତ

ଭୁବନେଶ୍ବର: ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ଟୁଇନସିଟିବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସକାଳେ କଟକ ଓ ଭୁବନେଶ୍ବରରେ ପ୍ରଚଣ୍ଡ ତାତି ସହ ଗୁଳୁଗୁଳି ହେତୁ ଛଟପଟ ହେଉଥିଲେ ଲୋକେ। ହେଲେ ମଧ୍ୟାହ୍ନରେ ଆକସ୍ମିକ ଭାବେ ପ୍ରାକ୍ ମୌସୁମୀ ବର୍ଷା ହେବା କାରଣରୁ ଉଭୟ ମହାନଗରର ଲୋକେ ଟିକେ ଥଣ୍ଡା ଅନୁଭବ କରିଛନ୍ତି। ଆଜି କଟକ- ଭୁବନେଶ୍ୱରର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ଏହି ବର୍ଷାର ପ୍ରଭାବରେ କଟକ- ଭୁବନେଶ୍ୱରର  ଅନେକ ସ୍ଥାନ ଜଳାର୍ଣ୍ଣବ ହୋଇଥିବା ଜଣାଯାଇଛି। ଏଣେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାର ସୂଚନା ରହିଛି। ଏହାଫଳରେ ସେହି ଅଞ୍ଚଳରେ ବି ତାତିରୁ ଲୋକେ ଆଶ୍ବସ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ନବରଙ୍ଗପୁର ଜିଲ୍ଲା ଡାବୁଗାଁରେ ୭ ସେମି ବର୍ଷା ହୋଇଥିବା ବେଳେ ଉମରକୋଟ, ଝରିଗାଁରେ ୬ ସେମି, କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗୀ, କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁର ଓ ଜୟପାଟଣାରେ ୫ ସେମି ଲେଖାଏ ବର୍ଷା ରେକର୍ଡ କରାଯାଇଛି। ଏହାବ୍ୟତୀତ ଝାରସୁଗୁଡ଼ା, ମାଲକାନଗିରି, ଫୁଲବାଣୀ, ନୟାଗଡ଼, ଗଜପତି, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷା ପରିମାଣ ବଢ଼ିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।