ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

୪ ଦେଶ ସହ ଭାରତର ଶିକ୍ଷା ସମ୍ପର୍କ ସଶକ୍ତ ହେବ: ଧର୍ମେନ୍ଦ୍ର

ଭୁବନେଶ୍ବର  : ଭାରତର ଜି-୨୦ ସମ୍ମିଳନୀ ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୁନେ ଠାରେ ଅନୁଷ୍ଠିତ ‘ଚତୁର୍ଥ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ’ରେ ଯୋଗ ଦେଇଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ୟୁଏଇ, ୟୁକେ, ଓମାନ ଏବଂ ମରିସସର ଶିକ୍ଷା ମନ୍ତ୍ରୀଙ୍କ ସମେତ ୟୁନିସେଫ୍ ଓ ଓଇସିଡି ସଂଗଠନର ପ୍ରତିନିଧିଙ୍କ ସହ ଉଚ୍ଚ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ସଶକ୍ତ କରିବା ଦିଗରେ ସେ ଆଲୋଚନା କରିଛନ୍ତି।

ଓମାନର ଉଚ୍ଚଶିକ୍ଷା, ଅନୁସନ୍ଧାନ ଏବଂ ନବସୃଜନ ମନ୍ତ୍ରୀ ଡା. ରହମା ଇବ୍ରାହିମ୍ ଅଲ୍ ମହାରୁକିଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ବିଶେଷତଃ ଉଚ୍ଚଶିକ୍ଷା, ଗବେଷଣା, ଶକ୍ତି, ଖାଦ୍ୟ ସୁରକ୍ଷା, ବାୟୋଟେକ୍ ଏବଂ ସ୍ଥାୟିତ୍ୱ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ବ୍ୟାପକ କରିବା ଦିଗରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ। ଅନୁରୂପ ଭାବରେ ୟୁଏଇର ଶିକ୍ଷା ମନ୍ତ୍ରୀ ଅହମ୍ମଦ ବେନହଲ୍ ଅଲ୍ ଫାଲାସୀଙ୍କ ସହ ‘ସ୍କୁଲରୁ ସ୍କିଲ୍’ର କଳ୍ପନାକୁ ପୂରଣ କରିବା ପାଇଁ ଆନୁଷ୍ଠାନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ସମ୍ମତି ପ୍ରକାଶ କରିଥିଲେ । ଏହି ବୈଠକରେ ଶ୍ରୀ ପ୍ରଧାନ ଭାରତ ଏବଂ ୟୁଏଇ ଛାତ୍ରଛାତ୍ରୀ ଏବଂ ଦକ୍ଷ ମାନବ ସମ୍ବଳର ସୁବିଧା ପାଇଁ ଡିଗ୍ରି ସମାନତା ଓ ଦକ୍ଷତା ସମନ୍ୱୟର ଫ୍ରେମଓ୍ୱାର୍କ ଉପରେ ଆଲୋଚନା କରିଥିଲେ। ମରିସସର ଉପପ୍ରଧାନମନ୍ତ୍ରୀ ତଥା ଶିକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଲୀଲା ଦେବୀ ଡୁକୁନ – ଲୁଚୋମୁନଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଆଲୋଚନା ହୋଇଥିଲା। ମରିସସରେ ପାଠ୍ୟକ୍ରମ ଗବେଷଣା ଏବଂ ବିକାଶ ପାଇଁ ଅନୁଷ୍ଠାନ ପ୍ରତିଷ୍ଠା ତଥା କ୍ଷମତା ବୃଦ୍ଧି କରିବା ପାଇଁ ଭାରତ ସହଯୋଗ ପ୍ରଦାନ କରିବ ବୋଲି ଶ୍ରୀ ପ୍ରଧାନ ଆଶ୍ୱାସନା ପ୍ରଦାନ କରିଥିଲେ । ୟୁକେର ସ୍କୁଲ ରାଷ୍ଟ୍ର ମନ୍ତ୍ରୀ ନିକ୍ ଗିବର ଶିକ୍ଷା ମନ୍ତ୍ରୀଙ୍କ ସହ ଧନ୍ଦାମୂଳକ ତାଲିମ ସହ ଦକ୍ଷତା ବିକାଶ କ୍ଷେତ୍ରରେ ବିଶେଷ ଭାବରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସହଭାଗିତାକୁ ଆହୁରି ଦୃଢ଼ କରିବା ଦିଗରେ ଗୁରୁତ୍ୱାରୋପ ଦିଆଯାଇଥିଲା।

ୟୁନିସେଫର ଶିକ୍ଷା ଏବଂ କିଶୋର ବିକାଶର ନିର୍ଦ୍ଦେଶକ ରୋବର୍ଟ ଜେନକିନ୍ସ ତଥା ଓଇସିଡିର ଡେପୁଟି ସେକ୍ରେଟାରୀ ଜେନେରାଲ ୟୋସିକ୍ ଟିଙ୍କ ସହ ଜି-୨୦ ସମ୍ପର୍କିତ ବୈଠକ ଏବଂ ଗ୍ଲୋବାଲ୍‌ ସାଉଥ୍‌ରେ ଭାରତର ପରିବର୍ତ୍ତନଶୀଳ ବିଷୟକୁ ରୂପାନ୍ତରଣ କରିବା ପାଇଁ ଏକତ୍ରିତ ଭାବେ କାର୍ଯ୍ୟ କରିବା ଦିଗରେ ଆଲୋଚନା କରିଥିଲେ । ସେହିପରି ୟୁନିସେଫ ଓ ଭାରତ ସରକାରଙ୍କ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଜାରି ରହିଥିବା କାର୍ଯ୍ୟ ଏବଂ ଫଳାଫଳ ନେଇ ଆଲୋକପାତ କରିଥିଲେ । ଜାତୀୟ ଶିକ୍ଷା ନୀତି ଆଧାରରେ ଶିଶୁଯତ୍ନ ଏବଂ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବା ପାଇଁ ୟୁନିସେଫ୍ ଓ ଭାରତର ସହଯୋଗକୁ ବ୍ୟାପକ କରିବା ପାଇଁ ଚର୍ଚ୍ଚା ହୋଇଥିଲା । ଶ୍ରୀ ପ୍ରଧାନ ଜି-୨୦ ସମ୍ମିଳନୀର କଥାବସ୍ତୁ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଏହି ଅବସରରେ ବୁଲି ଦେଖିଥିଲେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ