ଅପରାଧ ରାଜ୍ୟ

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ: ଦିଗପହଣ୍ଡି ରେଞ୍ଜରଙ୍କ ଘରେ ଚଢ଼ଉ, ନଗଦ ୫ ଲକ୍ଷ ଟଙ୍କା ଜବତ

ଦିଗପହଣ୍ଡି: ପୁଣି ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନ ଏବଂ ବ୍ରହ୍ମପୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି। ବ୍ରହ୍ମପୁର ଭିଜିଲାନ୍ସର ୬ଜଣିଆ ଟିମ ଚଢ଼ଉ କରିଥିବାର ସୂଚନା ରହିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଟିମ ଧରିଥିଲା। ତାଙ୍କ ମାରୁତି ସ୍ବିଫ୍ଟ କାରରେ ଦେଢ ଲକ୍ଷ ନଗଦ ଟଙ୍କା ଥିବା ଭିଜିଲାନ୍ସ ଟିମ୍ ଦେଖିବାକୁ ପାଇଥିଲା। ଏହା ଅନୈତିକ ଉପାୟରେ ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ ଅର୍ଜନ କରିଥିବା ଭିଜିଲାନ୍ସ ସନ୍ଦେହ କରିଥିଲା। ଠିକ୍ ସେହିପରି ଅନ୍ୟ ସ୍ଥାନରୁ ତାଙ୍କର ନଗଦ ସାଢେ ୩ ଲକ୍ଷ ଟଙ୍କା ଜବତ କରାଯାଇଥିଲା। ଏପରି ମୋଟ ୫ ଲକ୍ଷ ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ।  ଏତେ ପରିମାଣର ନଗଦ ଟଙ୍କା କେଉଁଠୁ ଆଣିଲେ ବୋଲି ଭିଜିଲାନ୍ସର କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନଥିଲେ ରେଞ୍ଜର। ଏନେଇ ଅଧିକ ତଦନ୍ତ ଜାରି ରହିଛି।

ଦିଗପହଣ୍ଡି କାର୍ଯ୍ୟାଳୟ ଏବଂ ସରକାରୀ ବାସଭବନରେ ଭିଜିଲାନ୍ସର ଟିମ ଚଢ଼ଉ ସାରି ରାତି ୨ଟା ବେଳେ  ଫେରିଥିଲେ। ଏହାପରେ ତାଙ୍କର ବ୍ରହ୍ମପୁର ତୁଳସୀ ନଗର ୭ ନମ୍ବର ଲାଇନରେ ଥିବା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।