ରାଜ୍ୟ ସ୍ପେଶାଲ ରିପୋର୍ଟ

୨ ଦିନ ପରେ ପୁଣି ବର୍ଷା, ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ

ଭୁବନେଶ୍ବର : ରାଜ୍ୟରେ ଏବେ ପାଗ ଶୁଖିଲା। ଅଳ୍ପ ଖରା ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟରେ ଏହିଭଳି ପାଗ ଲାଗି ରହିବ। ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମ‌ାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଗୁରୁବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବଲାଙ୍ଗୀରଠାରେ ୩୭.୨ ଡିଗ୍ରି ରେକର୍ଡ ହୋଇଛି। ସେହିପରି ଢେଙ୍କାନାଳଠାରେ ସର୍ବାଧିକ ୬୨ମିମି ବର୍ଷା ହୋଇଯାଇଛି। ସମ୍ବଲପୁରଠାରେ ମଧ୍ୟ ୧୧ମିମି ବର୍ଷା ରେକର୍ଡ ହୋଇଛି। ଆଜି ରାଜ୍ୟର କାଁ ଭାଁ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବା ସହ କିଛି ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ଡିଗ୍ରି ମଧ୍ୟରେ ରହିପାରେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।