ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଖୁବ୍‌ ଶୀଘ୍ର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ‌ ହେବେ ଅଜିତ ପାୱାର୍‌, ଅଯୋଗ୍ୟ ହେବେ ସିନ୍ଦେଙ୍କ ୧୬ ବିଧାୟକ: ସଞ୍ଜୟ ରାଉତ

ନୂଆଦିଲ୍ଲୀ: ଏକନାଥ ସିନ୍ଦେଙ୍କ ପରିବର୍ତ୍ତେ ଖୁବ୍‌ ଶୀଘ୍ର ‘ଏନ୍‌ସିପି’ ନେତା ଅଜିତ ପାୱାର୍‌ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ବୋଲି ଆଜି ‘ଶିବସେନା (ୟୁବିଟି)’ ସାଂସଦ ସଞ୍ଜୟ ରାଉତ କହିଛନ୍ତି।

ରାଉତ ଆହୁରି ମଧ୍ୟ କହିଛନ୍ତି, ସିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବ ଏବଂ ତାଙ୍କ ସହିତ ଥିବା ୧୬ ବିଦ୍ରୋହୀ ‘ଶିବସେନା’ ବିଧାୟକମାନଙ୍କୁ ବି ଅଯୋଗ୍ୟ ଘୋଷଣା କରାଯିବ।

ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’କୁ ସଞ୍ଜୟ ରାଉତ କହିଛନ୍ତି, ଆଜି ମୁଁ କ୍ୟାମେରା ଆଗରେ କହୁଛି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ବଦଳିଯିବ‌େ। ଏକନାଥ ସିନ୍ଦେଙ୍କୁ ହଟାଇ ଦିଆଯିବ। ଏକନାଥ ସିନ୍ଦେ ଓ ୧୬ ବିଧାୟକ ଅଯୋଗ୍ୟ ଘୋଷିତ ହେବେ।

Eknath Shinde In Trouble? Sanjay Raut Makes Big Claim About Maharashtra Chief Minister
Image Courtesy of Zee News

‘ଶିବସେନା’, ‘ଏନ୍‌ସିପି’ ଓ ‘କଂ‌ଗ୍ରେସ’କୁ ‘ବିଜେପି’ ଭାଙ୍ଗୁଛି କିନ୍ତି, ଏଥିରୁ ସେମାନେ ଆଦୌ ଲାଭ ପାଇବେ ନାହିଁ। ମହାରାଷ୍ଟ୍ରରେ ଆମେ ଏକତ୍ର ହୋଇ ୨୦୨୪ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବୁ। ‘ଏନ୍‌ସିପି’ ନେତାମାନେ ଦୁର୍ନୀତିରେ ଲିପ୍ତ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଥିବା ବେଳେ ଆଜି ସେହି ନେତାମାନେ ରାଜଭବନରେ ଶପଥ ଗ୍ରହଣ କରିବା ବଡ଼ କ୍ଷୋଭର କଥା ବୋଲି ରାଉତ କହିଛନ୍ତି।

ମୁଖପତ୍ର ‘ସାମ୍‌ନା’ର ସମ୍ପାଦକୀୟରେ ‘ଟିମ୍‌ ଉଦ୍ଧବ’ କହିଛି ଯେ, ୨୪ ବର୍ଷ ପୂର୍ବେ ଦଳ ସଂସ୍ଥାପନା କରିଥିବା ଦାଦାଙ୍କୁ ଆଘାତ ଦେଇ ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଅଜିତ ପାୱାର ‘ଏନ୍‌ସିପି’ରୁ ପୃଥକ୍‌ ହୋଇଗଲେ। ‘ସିନ୍ଦେ-ବିଜେପି’ ସରକାରେ ୮ଜଣ ‘ଏନ୍‌ସିପି’ ନେତା ବି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କିନ୍ତୁ, ଏଭଳି ରାଜନୀତିକୁ ରାଜ୍ୟବାସୀ ଗ୍ରହଣ କରିବେ ନାହିଁ। ରାଜ୍ୟରେ ଏଭଳି ରାଜନୈତିକ ପରମ୍ପରା ନ ଥିଲା। ତେଣୁ ଜନତା ଏହାକୁ ସମର୍ଥନ କରିବ ନାହିଁ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ