ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠାରୁ ବର୍ଷା; ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ

ଭୁବନେଶ୍ବର : ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଜାରି ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧.୧ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ବାଭାବିକ ବର୍ଷା ୧୧ ମିମି ତୁଳନାରେ ୯୦% କମ୍‌। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Photo: SkyMate Weather

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ‌ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ଅଂଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। ଅଳ୍ପ ବର୍ଷା ହୋଇପାରେ। ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ୨୭ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।