ଅପରାଧ ଦେଶ ବିଦେଶ

୪ ଗାଡ଼ିକୁ ଧକ୍କା ଦେଇ ହୋଟେଲକୁ ମାଡ଼ିଗଲା ଟ୍ରକ୍‌, ୧୫ ମୃତ

ମୁମ୍ବାଇ: ମହାରାଷ୍ଟ୍ରରେ ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୫ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଧୁଲେ ଜିଲ୍ଲାରେ ଆଜି ଏକ ଟ୍ରକ୍‌ ନିୟନ୍ତ୍ରଣ ହରାଇ ଜାତୀୟ ରାଜପଥରେ ୪ଟି ଗାଡ଼ିକୁ ଧକ୍କା ଦେବାପରେ ରାସ୍ତା ପାର୍ଶ୍ବରେ ଥିବା ଏକ ହୋଟେଲ ଉପରକୁ ମାଡ଼ି ଯାଇଥିଲା। ଏହି ଭୟାନକ ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୫ ଜଣଙ୍କ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମ୍ବାଇ-ଆଗ୍ରା ରାଜପଥରେ ଆଜି ଏହି ଦୁର୍ଘଟଣା ଘଟିଛି। ଟ୍ରକ୍‌ ବ୍ରେକ୍‌ ଫେଲ୍‌ ହୋଇଯିବା ପରେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ। ପ୍ରଥମେ ଏହା ୪ଟି ଗାଡ଼ିକୁ ଧକ୍କା ଦେବାପରେ ବସ ଷ୍ଟପ୍‌ ନିକଟସ୍ଥ ଏକ ହୋଟେଲ ଉପରକୁ ମାଡ଼ି ଯାଇଥିଲା। ଟ୍ରକ୍‌ ଧକ୍କାରେ ୨ଟି କାର୍‌ ଚୂର୍‌ମାର ହୋଇଯାଇଛି ଏବଂ ମୋଟ ୫ ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରକ୍‌ ହୋଟେଲ ଉପରକୁ ମାଡ଼ିଯିବାରୁ ସେଠାରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ