ରାଜ୍ୟ

ଜନ ଅଭିଯୋଗ ଶୁଣାଣି ମୋ ପାଇଁ ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୫-ଟି ସଚିବଙ୍କ ଜିଲ୍ଲା ଗସ୍ତକୁ ନେଇ ବିରୋଧୀମାନେ ସରକାରଙ୍କୁ ଶାଣିତ ଆକ୍ରମଣ ଜାରି ରଖିଛନ୍ତି। ଏହି ସମୟରେ ସରକାର ଭିନ୍ନ ଢଙ୍ଗରେ ବିରୋଧୀଙ୍କୁ ଜବାବ ଦେବାକୁ ଆଜି ଉଦ୍ୟମ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଢେଙ୍କାନାଳ ଗସ୍ତରେ ଥିବା ୫-ଟି ସଚିବ ଭି କେ ପାଣ୍ଡିଆନ୍‌ ଭିଡିଓ କନ୍‌ଫରେସନ୍‌ସିଂ ଜରିଆରେ ଏହି ସମୀକ୍ଷା ବୈଠକରେ ଯୋଡ଼ି ହୋଇଥିଲେ। ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ ୧୮ ହଜାର ଯାଚିକା ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି
ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି
‘ମୋ ସରକାର’ ଅଧୀନରେ ଆସିବ ଜନ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀ କହିଲେ ଯେ ଜନ ଅଭିଯୋଗ ଶୁଣାଣି ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ। ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ। ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି । ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରି କି ବ୍ଲକ୍‌ ସ୍ତରକୁ ଯାଇ ଅଭିଯୋଗ ଶୁଣାଣି କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି। ମୁଁ ଆଶା କରୁଛି ସମସ୍ତ ବିଭାଗ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣି କରି ସମାଧାନ କରିବେ।

ଶ୍ରୀ ପଟ୍ଟନାୟକ ଆହୁରି କହିଥିଲେ, ଜନ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ‘ମୋ ସରକାର’ ଅଧୀନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ। ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ। ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ପି. କେ. ଜେନା ସାମିଲ ହୋଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସମ୍ପର୍କରେ ପଦକ୍ଷେପ ନିଆଯାଉଛି। ବିଭିନ୍ନ ବିଭାଗ ଦ୍ବାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି। ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ସଚିବ, ପୁଲିସ୍‌ ଡିଜି ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।