ରାଜ୍ୟ ସ୍ପେଶାଲ ରିପୋର୍ଟ

ନବ ଦାସ ହତ୍ୟା ମାମଲାର ଶୁଣାଣି: ଜେଏମଏଫସିରେ ହାଜର ହେଲା ଅଭିଯୁକ୍ତ ଗୋପାଳ

ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆରମ୍ଭ ହୋଇଛି।ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ୱାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍। ଗୋପାଳ ଦାସକୁ ଓଏସଏପି ବାଟାଲିଅନରୁ ଜେଏମଏଫସିଙ୍କ ଅଦାଲତକୁ ଅଣାଯାଇଥିଲା। ଜେଏମଏଫସିଙ୍କ ଅଦାଲତରେ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ ଅନୁଯାୟୀ ଅଭିଯୁକ୍ତ ଗୋପାଳ ବିରୋଧରେ ଚାର୍ଜଫ୍ରେମ ଶେଷ ହୋଇଛି। ମାମଲାର ସମ୍ବେଦନଶୀଳତାକୁ ଆଖି ଆଗରେ ରଖି କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା। ମାତ୍ର ୧୦ ମିନିଟରେ ଅଭିଯୁକ୍ତ ଗୋପାଳର ଏହି ନ୍ୟାୟିକ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଶୁଣାଣି ତାରିଖ ଧାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ ପୁଲିସ ଏଏସ୍‌ଆଇ ଗୋପାଳ ଦାସ ଜାନୁଆରି ୩୦ ତାରିଖରେ କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ଼ କରିଥିଲା। ହତ୍ୟା କରିବା ପୂର୍ବରୁ ଗୋପାଳ ସମଲେଶ୍ବରୀ ମନ୍ଦିରରେ ଶପଥ ନେଇଥିଲା । କ୍ୟାବିନେଟ୍‌ ମନ୍ତ୍ରୀ ନବ ଦାସ ତା ଉପରେ ଭୀଷଣ ରାଗିଥିବା ଖବର ପାଇବା ପରେ ଭୟଭୀତ ହୋଇଯାଇଥିଲା ସେ। ନବ ଦାସ ତାକୁ ରାସ୍ତାରୁ ସଫା କରିବା ପୂର୍ବରୁ ତାଙ୍କୁ ହତ୍ୟା କରିବାକୁ ମନ୍ଦିରରେ ଶପଥ ନେଇଥିଲା ଗୋପାଳ। ନବ ଦାସ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଚାର୍ଜସିଟ୍‌ରେ ପଦାକୁ ଆସିଥିଲା ଏଭଳି ଚାଞ୍ଚଲ୍ୟକର ତଥ୍ୟ।

୧୯୯୨ ଜୁଲାଇ ୮ ତାରିଖ ବ୍ରହ୍ମପୁରରେ ପୁଲିସ ଚାକିରି ଆରମ୍ଭ କରିଥିଲା ଗୋପାଳ ଦାସ। ୨୦୦୯ ସେପ୍ଟେମ୍ବର୍‌ ୯ ତାରିଖରେ ସେ ହାବିଲ୍‌ଦାର୍‌ରୁ ପୁଲିସ ଏଏସ୍‌ଆଇ ପାହ୍ୟାକୁ ପଦୋନ୍ନତି ପାଇଥିଲା। ଝାରସୁଗୁଡ଼ା ଜିଲ୍ଲାରେ ସେ ପ୍ରାୟ ୧୦ ବର୍ଷ କାର୍ଯ୍ୟ କରିଥିଲା ବେଳେ ୨୦୨୦ ନଭେମ୍ବର ପରଠାରୁ ବ୍ରଜରାଜନଗର ଗାନ୍ଧୀଛକ ଫାଣ୍ଡିରେ କାର୍ଯ୍ୟ କରୁଥିଲା। ଏହି ଜିଲ୍ଲାରେ ଚାକିରିକାଳ ମଧ୍ୟରେ ନବ ଦାସଙ୍କ ସହ ତାର ଶତ୍ରୁତା ବଢ଼ି ଚାଲିଥିଲା। ଏକଦା ନବ ଦାସଙ୍କ ସମର୍ଥକ ଗାନ୍ଧୀଛକ ଅଞ୍ଚଳରେ ଗଣ୍ଡଗୋଳ କରିଥିବା ନେଇ ଅଭିଯୋଗ ଆସିଥିଲା। ଗୋପାଳ ସେମାନଙ୍କୁ ଟେକି ଆଣି ଫାଣ୍ଡି ହାଜତରେ ଅଟକ ରଖିଥିଲା। ତେବେ ନବ ଦାସଙ୍କ ଚାପରେ ଗୋପାଳ ସେମାନଙ୍କୁ ଛାଡ଼ିବାକୁ ବାଧ୍ୟ ହୋଇଥିବା କୁହାଯାଉଛି। ପରବର୍ତ୍ତୀ ସମୟରେ ଅଭିଯୁକ୍ତମାନେ ଗୋପାଳକୁ ଧମକାଇଥିଲେ।  ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ପଚରାଉଚରା କରାଯାଇଥିଲା। ସେମାନେ ବି ଘଟଣାକୁ ସ୍ବୀକାର କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।