ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବିଦ୍ୟୁତ ଆଘାତରେ ୫ ଜଣ କାଉଡ଼ିଆଙ୍କର ମୃତ୍ୟୁ, ଅନ୍ୟ ୪ ଗୁରୁତର

ମେରଟ: ବିଳମ୍ବିତ ରାତିରେ ଉତ୍ତରପ୍ରଦେଶର ମେରଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି | ମେରଟରେ ବିଦ୍ୟୁତ ଆଘାତରେ ୫ ଜଣ କାଉଡିଆଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି | ସୂଚନାନୁସାରେ, ମେରଟର ପରିକ୍ଷିତଗଡ଼ ଅଂଚଳରେ ଥିବା ରାଲିଚୌହାନ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି | କାଉଡିଆଙ୍କ ଶିବିର ଉପର ଦେଇ (୧୧୦୦୦ କେଭି) ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ଯାଇଥିବାବେଳେ ଏହା ଛିଡିପଡିଥିଲା ଆଉ ବିଦ୍ୟୁତ ଆଘାତରେ କାଉଡିଆମାନେ ଜଳିଯାଇଥିଲେ |

ତୁରନ୍ତ ଗୁରୁତର ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିଲେ ବି ସେଠାରେ ୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ | ୪ରୁ ଅଧିକ କାଉଡିଆ ଏବେ ବି ଗୁରୁତର ଥିବାର ଜଣାପଡିଛି | ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ କାଉଡିଆଙ୍କ ଡିଜେ ଗାଡି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ପୋଲକୁ ଧକ୍କା ଦେବାରୁ ତାର ଛିଡିଯାଇ କାଉଡିଆଙ୍କ ଉପରେ ପଡିଥିଲା | ଆଉ ବିଦ୍ୟୁତ ଆଘାତରେ କାଉଡିଆମାନଙ୍କର ମୃତ୍ୟୁ ହୋଇଛି | ଏହି ଘଟଣା ପରେ ବର୍ତ୍ତମାନ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ କ୍ରୋଧିତ ଗ୍ରାମବାସୀ ଓ କାଉଡିଆମାନେ ରାସ୍ତା ଅବରୋଧ କରିଛନ୍ତି। ଏହି କାଉଡିଆମାନେ ହରିଦ୍ୱାରରୁ ଆସୁଥିବାବେଳେ ୧୧୦୦୦ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ, ଆଉ ଏହି ଦୁର୍ଘଟଣା ଘଟିଥିଲା |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ