ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ସୁପ୍ରିମକୋର୍ଟରେ ମୋଦୀ ସାଙ୍ଗିଆ ଟିପ୍ପଣୀ ମାମଲା: ଜୁଲାଇ ୨୧ରେ ଶୁଣାଣି

ନୂଆଦିଲ୍ଲୀ: ମୋଦୀ ସାଙ୍ଗିଆ ଅପରାଧିକ ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଆବେଦନ ଉପରେ ଆସନ୍ତା ଜୁଲାଇ ୨୧ ତାରିଖରେ ସୁପ୍ରିମକୋର୍ଟ ଶୁଣାଣି କରିବେ। ଏହି ମାମଲାରେ ରାହୁଲଙ୍କୁ ମିଳିଥିବା ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଉପରେ ରୋକ୍‌ ଲଗାଇବାପାଇଁ ଗୁଜରାଟ ହାଇକୋର୍ଟ ମନା କରିଦେବା ପରେ ରାହୁଲ ଗୁଜରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ। ରାହୁଲଙ୍କ ପକ୍ଷରୁ ଆ‌ଜି ବରିଷ୍ଠ ଓକିଲ ଅଭିଷେକ ସିଂଘଭି କୋର୍ଟରେ ହାଜର ହୋଇ ରାହୁଲଙ୍କ ଆବେଦନର ଶୁଣାଣି ଜୁଲାଇ ୨୧ କିମ୍ବା ଜୁଲାଇ ୨୪ ତାରିଖରେ ତାଲିକାଭୁକ୍ତ କରିବାପାଇଁ ଅନୁରୋଧ କରିଥିଲେ। ତେବେ ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ପିଏସ୍‌ ନରସିଂହ ଏବଂ ଜଷ୍ଟିସ ମନୋଜ ମିଶ୍ର ଆସନ୍ତା ଜୁଲାଇ ୨୧ ତାରିଖରେ ମାମଲାର ଶୁଣାଣି ପାଇଁ ରାଜି ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ମୋଦୀ ସାଙ୍ଗିଆ ଟିପ୍ପଣୀ ମାମଲାରେ ସୁରଟ କୋର୍ଟ ରାହୁଲଙ୍କୁ ଗତ ମାର୍ଚ୍ଚ ୨୩ରେ ଦୋଷୀସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ୨ ବର୍ଷ ଜେଲ୍‌ଦଣ୍ଡ ହେବାପରେ ରାହୁଲ ତାଙ୍କ ସଂସଦ ସଦସ୍ୟତା ହରାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ