ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଦ୍ୟାଳୟରେ ଆରମ୍ଭ ହେଲା ‘ହାଉସ୍‌ ସିଷ୍ଟମ୍‌’: ନୂଆ ଡ୍ରେସ୍‌ରେ ସ୍କୁଲପିଲା

ଭୁବନେଶ୍ବର: ରଙ୍ଗିନ୍‌ ଟି-ସାର୍ଟ ସହ ଘନ ନୀଳ ଟ୍ରାକ୍‌ ପ୍ୟାଣ୍ଟରେ ସ୍କୁଲ ଛାତ୍ରଛାତ୍ରୀ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହୋଇଥିବା ‘ହାଉସ ସିଷ୍ଟମ’ ଅନୁସାରେ ପ୍ରଥମ ଥର ପାଇଁ ଲାଲ୍‌, ହଳଦିଆ, ସବୁଜ ଓ ନୀଳ ରଙ୍ଗର ୟୁନିଫର୍ମରେ ସେମାନେ ବେଶ ଉତ୍ସାହିତ ହୋଇପଡ଼ିଛନ୍ତି। ପିଲାମାନଙ୍କୁ ଶାରୀରିକ ଓ ମାନସିକ ଭାବେ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ନୂତନ ପ୍ରୟାସ ଆରମ୍ଭ କରିଛି। ‘ହାଉସ ସିଷ୍ଟମ’ ଅନୁସାରେ, ପ୍ରତି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଦଳଗତ କାର୍ଯ୍ୟ କରିବାକୁ ଉତ୍ସାହିତ କରାଯାଉଛି। ଅନ୍ତର୍ନିହିତ ଗୁଣର ବିକାଶ, ସମସ୍ୟାର ସମାଧାନ କରିବା, ପାରସ୍ପରିକ ସମ୍ପର୍କ, ସୃଜନଶୀଳ ଚିନ୍ତାଧାରା, ସହାନୁଭୂତି ମନୋଭାବ, ଦଳଗତ କାର୍ଯ୍ୟ, ସହଯୋଗ ମନୋବୃତ୍ତି, ନିଷ୍ପତ୍ତି ନେବାର କ୍ଷମତା, ସମାଲୋଚନାତ୍ମକ ଚିନ୍ତାଧାରା, କର୍ତ୍ତବ୍ୟ ପରାୟଣତା, ଆତ୍ମ ସଚେତନତା, ଆତ୍ମବିଶ୍ୱାସ ବୃଦ୍ଧି, ବିଫଳତାରୁ ଶିକ୍ଷାଲାଭ କରିବାର କ୍ଷମତା ଆଦି ମୌଳିକ ଗୁଣକୁ ବିକାଶ କରିବାରେ ‘ହାଉସ ସିଷ୍ଟମ’ ସହାୟକ ହେବ। ଏହି ବ୍ୟବସ୍ଥା ଉଭୟ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଲାଗୁ ହୋଇଛି।

ଶହେରୁ ଅଧିକ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକରେ ପ୍ରତି ଶ୍ରେଣୀର ଛାତ୍ରଛାତ୍ରୀ, ପ୍ରତିଭା ଏବଂ ଲିଙ୍ଗଗତ ସାମଞ୍ଜସ୍ୟକୁ ଦୃଷ୍ଟିରେ ରଖି ସମାନୁପାତରେ ୪ଟି ହାଉସ୍‌ ଗଠନ କରାଯାଉଛି। ସେହିପରି ଶହେରୁ କମ୍‌ ପିଲା ଥିବା ବିଦ୍ୟାଳୟରେ ଦୁଇଟି ହାଉସ ବା ଦଳ ଗଠନ ସହ ପ୍ରତି ହାଉସକୁ ବିଦ୍ୟାଳୟ ପକ୍ଷରୁ ପ୍ରାକୃତିକ ସମ୍ପଦ-ନଦୀ, ପର୍ବତ, ଗଛ, ପକ୍ଷୀ, ଫୁଲଗୁଡ଼ିକର ନାମକୁ ବ୍ୟବହାର କରାଯାଉଛି। ପାଠପଢ଼ା, ନେତୃତ୍ୱ ନେବାର କଳା, ବିଭିନ୍ନ କାର୍ଯ୍ୟକଳାପରେ ଦକ୍ଷ ଥିବା ଜଣେ ଛାତ୍ରଙ୍କୁ ହାଉସର ଅଧିନାୟକ(କ୍ୟାପଟେନ) ଭାବେ ପ୍ରଧାନଶିକ୍ଷକ ମନୋନୀତ କରୁଛନ୍ତି। ଏହି ଦଳରେ ଜଣେ ଉପଅଧିନାୟକ ଓ ଜଣେ ହାଉସ ପ୍ରତିନିଧି ଭାବେ ମଧ୍ୟ ମନୋନୀତ ହେଉଛନ୍ତି। ପ୍ରତି ସପ୍ତାହରେ ଗୋଟିଏ ପିରିୟଡରେ ହାଉସର ବୈଠକ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି। ବୈଠକରେ ବିଭିନ୍ନ କାର୍ଯ୍ୟର ଯୋଜନା, କ୍ରିୟାନ୍ୱୟନ ସମ୍ପର୍କରେ ଆଲୋଚନା ହେଉଛି। ପ୍ରତି ହାଉସ ପାଇଁ ଜଣେ ଶିକ୍ଷକଙ୍କୁ ହାଉସ ମାଷ୍ଟର ଭାବେ ପ୍ରଧାନଶିକ୍ଷକ ନିୟୋଜିତ କରିଛନ୍ତି। ହାଉସ ମାଷ୍ଟରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଧିନାୟକ କାର୍ଯ୍ୟ କରୁଛନ୍ତି। ପ୍ରତି ବର୍ଷ ଭଲ କାମ କରିଥିବା ହାଉସକୁ ‘ହାଉସ ଅଫ୍‌ ଦ ଇୟର’ ଭାବେ ପୁରସ୍କୃତ କରାଯିବ। ପ୍ରତି ହାଉସ ପକ୍ଷରୁ ଜାତୀୟ ତଥା ଅନ୍ତର୍ଜାତୀୟ ଦିବସ ପାଳନ, କୁଇଜ୍‌, ବକ୍ତୃତା, ଚିତ୍ରାଙ୍କନ, ପୋଷ୍ଟର ତିଆରି କରିବା, ବିଦ୍ୟାଳୟର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବୃକ୍ଷରୋପଣ, ପୁଷ୍ପବାଟିକା ଦାୟିତ୍ୱ ନେବା, ବିଦ୍ୟାଳୟର ସ୍ୱଚ୍ଛତା ପ୍ରତି ଦୃଷ୍ଟି ଦେବା, ପ୍ରାର୍ଥନା ସଭାରେ ସମାଚାର ଉପସ୍ଥାପନା କରିବା, ପର୍ବପର୍ବାଣୀରେ ଲୋକନୃତ୍ୟ, ଲୋକକଳା, ନାଟକ ପରିବେଷଣ, ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ, ପ୍ରବନ୍ଧ ରଚନା, ପୁସ୍ତକ ସମୀକ୍ଷା ଆଦି ବିଭିନ୍ନ କାର୍ଯ୍ୟକଳାପ ମାଧ୍ୟମରେ ଶିକ୍ଷାଦାନ କରିବା ଦିଗରେ ‘ହାଉସ ସିଷ୍ଟମ’ କାର୍ଯ୍ୟ କରୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।