ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ଲଘୁଚାପ: ୨୪ ତାରିଖ ଯାଏ ବର୍ଷିବ

ଭୁବନେଶ୍ବର : ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ‌ରହିଥିବାରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ‌ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଜୁଲାଇ ୨୧ରେ ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ‌ହେବ। ଜୁଲାଇ ୨୨ ଓ ୨୩ରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।

NDTV.com

ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ। ଅତିପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଠିକ୍‌ ଭାବେ ରାସ୍ତା ଦୃଶ୍ୟମାନ ହେବ ନାହିଁ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂସ୍ଖଳନ ହୋଇପାରେ। ତେଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଧାନ ଚାଷ ପାଇଁ ଏହି ବର୍ଷା ସହାୟକ ହେବ। ସକ୍ରିୟ ମୌସୁମୀ ପ୍ରବାହ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ତଥା ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ରୁ ୫୦ କିମି ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି।

ସେପଟେ ଚଳିତ ମୌସୁମୀ ଋତୁ ତଥା ଜୁନ ପହିଲାରୁ ଆଜି ମଧ୍ୟରେ ରାଜ୍ୟରେ ହାରାହାରି ୩୪୬.୫ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୪୦୫.୫ ମିମି ତୁଳନାରେ ୧୫% କମ୍‌ ରହିଛି। ନିଅଣ୍ଟିଆ ବର୍ଷା ପରିମାଣ ୧୯%ରୁ କମ୍‌ ରହିଥିବାରୁ ରାଜ୍ୟରେ ଏବେ ବର୍ଷା ପରିମାଣ ସ୍ୱାଭାବିକ ରହିଥିବା ପାଣିପାଗ କେନ୍ଦ୍ର କହିଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୫୮୧.୫ ମିମି ସହ ସ୍ୱାଭାବିକ ବର୍ଷା ତୁଳନାରେ ୩୮% ଅଧିକ ରହିଛି। ନବରଙ୍ଗପୁର ଜିଲ୍ଲାରେ ସବୁଠାରୁ କମ୍‌ ୨୪୯.୪ ମିମି ବର୍ଷା ହୋଇଛି, ଯାହାକି ୪୯% କମ୍‌। ଅପରପକ୍ଷରେ ମୌସୁମୀ ନିମ୍ନ ଚାପରେଖା ଆଜି ରାଜସ୍ଥାନର ଫଲୋଦି ବାହାରିରୁ କୋଟା, ରାଇସେନ, ସେଓନି, ରାୟପୁରରୁ ଓଡ଼ିଶାର ପୁରୀ ମଧ୍ୟ ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସ୍ୱାଭାବିକ ସହ ୧୬.୧ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୧.୪ ମିମି ତୁଳନାରେ ୪୧% ଅଧିକ ରହିଛି।

ଗତ ୩୬ ଘଣ୍ଟା ମଧ୍ୟରେ ମାଲକାନଗିରିରେ ୨୦୬ ମିମିରୁ ଅଧିକ ବର୍ଷା ହୋଇଛି। ସମ୍ବଲପୁରରେ ୮୨ ମିମି, ଖୋର୍ଦ୍ଧାରେ ୪୧, ଭବାନୀପାଟଣାରେ ୩୩.୮, ଭଦ୍ରକରେ ୨୨.୫ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।