ଦେଶ ବିଦେଶ ସ୍ୱାସ୍ଥ୍ୟ

କରୋନାର ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ, ଗତ ୨୪ଘଣ୍ଟାରେ ୨୩୦୬୮ କୋଭିଡ଼ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ ୨୫।୧୨: କରୋନାର ଦୈନିକି ସଂକ୍ରମଣ ସଂଖ୍ୟା କେତେବେଳେ ବଢିବାର ଲାଗିଛି, କେତେବେଳେ କମିବାରେ ଲାଗିଛି । ଗୁରୁବାର ତୁଳନାରେ ଶୁକ୍ରବାର ଦିନ ଦୈନିକି ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଥିବାର ରେକର୍ଡ କରାଯାଇଛି । ଗୁରୁବାର ଦିନ ୨୪,୭୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଦିନ ୨୩,୦୬୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ କୋଟି ପାର୍ ହୋଇସାରିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ ୨୩,୦୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏହି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୪୬,୮୪୬ରେ ପହଞ୍ଚିଛି । ସେହିପରି ଦେଶରେ ଗତ ୨୪ଘଣ୍ଟାରେ ୩୩୬ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି । ଯାହାଦ୍ୱାରା ମୋଟ ମୃତକଙ୍କ ସଂଖ୍ୟା ଦେଶରେ ୧,୪୭,୦୯୨ରେ ପହଞ୍ଚିଛି ।

ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୭ଲକ୍ଷ ପାର୍‌ ହୋଇଛି । ଗତ ୨୪ଘଣ୍ଟାରେ ୨୪,୬୬୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ଦେଶରେ କରୋନାରୁ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୭,୧୭,୮୩୪ରେ ପହଞ୍ଚିଛି । ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍ ସଂଖ୍ୟା ୩ ଲକ୍ଷ ତଳେ ରହିଛି । ବର୍ତ୍ତମାନ ଦେଶରେ କରୋନାର ଆକ୍ଟିଭ୍ କେସ୍‌ ୨,୮୧,୯୧୯ରେ ରହିଛି । ଲଗାତର ଭାବେ କରୋନାର ଆକ୍ଟିଭ୍ କେସ୍‌ ଓ ସୁସ୍ଥ ସଂଖ୍ୟା ମଧ୍ୟରେ ବଡଧରଣ ପାର୍ଥକ୍ୟ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ