ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର

ପୁରୀ : ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଦାବିରେ ଆନ୍ଦୋଳନ ଜୋରଦାର ହେଉଥିବା ବେଳେ ଆଜିଠାରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ଖୋଲିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ପ୍ରାୟ ଦେଢ଼ ବର୍ଷ ପରେ ଭକ୍ତଙ୍କୁ ଏହି ସୁଯୋଗ ମିଳିବ। କେବଳ ପୁରୀ ସହରବାସୀ ପଶ୍ଚିମ ଦ୍ବାର ଦେଇ ଦର୍ଶନ ପାଇଁ ଯାଇପାରିବେ। ପଶ୍ଚିମ ଦ୍ବାର ସମ୍ମୁଖରେ ଛୋଟ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ସହରବାସୀ ପରିଚୟପତ୍ର ଦେଖାଇ ପ୍ରବେଶ ସୁଯୋଗ ପାଇପାରିବେ। ପଶ୍ଚିମ ଦ୍ବାର ନିକଟରେ ଥିବା ସେଲଟର୍‌ ପ୍ୟାଭିଲିୟନରେ ଜୋତା ଓ ଅନ୍ୟ ଆସବାବ ରଖି ଧାଡ଼ିରେ ପ୍ରବେଶ କରିବେ।

ADVERTISEMENT

javascript:false

javascript:false

javascript:false

Ads by

ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିର ଚାରିଦ୍ବାରରେ ଭକ୍ତଙ୍କ ପ୍ରବେଶ ନେଇ ଦାବି ହୋଇ ଆସୁଥିଲା। ଗତ ୨୧ ତାରିଖରେ ପ୍ରଶାସନ ଏଥିପାଇଁ ଛତିଶାନିଯୋଗ ବୈଠକ ଡାକିଥିଲେ। ବୈଠକରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସବ୍‌କମିଟି ଗଢ଼ାଯାଇ ଏ ସମ୍ପର୍କରେ ଆଲୋଚନା କରି ନିଷ୍କର୍ଷ ବାହାର କରିବା ପାଇଁ କୁହାଯାଇଥିଲା। ରବିବାର ଦିନ କମିଟିର ଅଧ୍ୟକ୍ଷ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅପରାହ୍‌ଣରେ କମିଟିର ଏକ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିଲା। ପରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି ଡାକ୍ତର କନୱର ବିଶାଳ ସିଂହଙ୍କ ସମେତ ପରିଚାଳନା କମିଟିର ସଦସ୍ୟବୃନ୍ଦ ଓ ସବ୍‌ କମିଟିର ସଦସ୍ୟମାନେ ପଶ୍ଚିମ ଦ୍ବାର ଓ ଅନ୍ୟ ଦ୍ବାର ବୁଲି ସ୍ଥିତି ପରଖିଥିଲେ। ଭକ୍ତମାନେ କିଭଳି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଦର୍ଶନ କରିବାକୁ ପଶ୍ଚିମ ଦ୍ବାର ବାଟେ ପ୍ରବେଶ କରିବେ ସେନେଇ ଆଲୋଚନା କରିଥିଲେ।

atlasobscura.com

ଉପଜିଲ୍ଲାପାଳ ଶ୍ରୀ ସାହୁ କହିଛନ୍ତି, ପଶ୍ଚିମ ଦ୍ବାର ଦେଇ କେବଳ ପୁରୀ ସହର ତଥା ସ୍ଥାନୀୟ ବାସିନ୍ଦାମାନେ ପ୍ରବେଶ କରିପାରିବେ। ଯେକୌଣସି ବାସିନ୍ଦା ପରିଚୟପତ୍ର ଦେଖାଇ ସେମାନେ ପ୍ରବେଶ କରିପାରିବେ। ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବାହାର ପ୍ରଦକ୍ଷଣ ମାର୍ଗର କାମ ଶେଷ ହୋଇଛି। ମାତ୍ର ଭିତର ପ୍ରଦକ୍ଷଣ କାର୍ଯ୍ୟ ଏବେ ମଧ୍ୟ ଚାଲିଛି। ଏହା ଐତିହ୍ୟ କରିଡରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାମ ହୋଇଥିବାରୁ ଅନ୍ୟ ଦୁଇ ଦ୍ବାର ଖୋଲିବା ସମ୍ପର୍କରେ ପରବର୍ତ୍ତୀ ସମୟରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ତେବେ ପଶ୍ଚିମ ଦ୍ବାର ନିକଟରେ ସେଲଟର ପାଭିଲିୟନ କାମ ସରିଥିବାରୁ ଦର୍ଶନ କରିବାରେ ସ୍ଥାନୀୟ ବାସିନ୍ଦାମାନେ ବିଶେଷ ସମସ୍ୟା ହେବ ନାହିଁ। ତେବେ କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ପ୍ରଥମେ ଏଥିପାଇଁ ସୁଯୋଗ ଦିଆଯିବ। ପରବର୍ତ୍ତୀ ସମୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାବାସୀଙ୍କ ପ୍ରବେଶ ସମ୍ପର୍କିତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ ରବିବାର ଦିନ ଜିଲ୍ଲାପାଳଙ୍କୁ ଏ ପ୍ରସଙ୍ଗରେ ଚିଠି ଲେଖି ପୁରୀ ବାସିନ୍ଦାଙ୍କ ଭାବାବେଗକୁ ଗୁରୁତ୍ବ ଦେଇ ଅନ୍ତତଃ ଆଉ ଗୋଟିଏ ଦ୍ବାର ବାଟେ ତୁରନ୍ତ ସର୍ବସାଧାରଣ ଭକ୍ତଙ୍କ ପ୍ରବେଶ ଅନୁମତିଦେବାକୁ ଦାବି କରିଥିଲେ। ଯଦି ଏନେଇ ତ୍ବରିତ ନିଷ୍ପତ୍ତି ନିଆନଯାଏ, ତେବେ ସୋମବାରଠାରୁ ସେ ପଶ୍ଚିମ ଦ୍ବାର ସମ୍ମୁଖରେ ବସି ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରିବେ ବୋଲି କହିଥିଲେ। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ପରିଚାଳନା କମିଟି ସଦସ୍ୟ ହୋଇ ପୁରୀବାସୀଙ୍କ ଭାବାବେଗକୁ ଉପସ୍ଥାପିତ କରିନପାରିବା ଯନ୍ତ୍ରଣା ଦେଇଥିଲା। ପ୍ରଶାସନ ପଶ୍ଚିମ ଦ୍ବାର ଖୋଲିବା ନିଷ୍ପତ୍ତି ନେବା ପରେ ସେ ପଶ୍ଚିମ ଦ୍ବାର ସମ୍ମୁଖରେ ଆଉ ବସିବେ ନାହିଁ ବୋଲି କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।