ରାଜ୍ୟ ସ୍ପେଶାଲ ରିପୋର୍ଟ

ଦୁଇ ଗାଡ଼ି ମୁହାଁମୁହିଁ ଧକ୍କା: ଟ୍ରକ୍‌ ସହ ଜିଅନ୍ତା ଜଳିଗଲେ ଡ୍ରାଇଭର

କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଡେସରାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ୧୪ଚକିଆ କୋଇଲା ବୋଝେଇ ଟ୍ରକ ଏବଂ ୪୦୭ ଗାଡ଼ି ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଧକ୍କା ହେବାପରେ ଦୁଇଟି ଟ୍ରକ ଓଲଟି ପଡ଼ିଥିବା ବେଳେ ଟ୍ରକରୁ ବାହାରି ନ ପାରି ୪୦୭ ଗାଡ଼ି ସହ ଜିଅନ୍ତା ଜଳିଗଲେ ଡ୍ରାଇଭର। ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜମନକିରା ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି  ନିଆଁକୁ ଆୟତ୍ତ କରିଛି। ତେବେ ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି।

ଅନ୍ୟପଟେ ଗୁରୁତର ଅବସ୍ଥାରେ ୪୦୭ର ହେଲ୍ପରଙ୍କୁ ଉଦ୍ଧାର କରି ବୁର୍ଲା ଭିମସାରକୁ ପଠାଯାଇଥିବା ବେଳେ ଘଟଣା ସ୍ଥଳରୁ କୋଇଲା ବୋଝେଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।