ରାଜ୍ୟ

ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ: ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ

ଭୁବନେଶ୍ବର: ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ। ୧୫ ଦିନ ଭିତରେ ତଦନ୍ତ କରି ରିପୋର୍ଟ ଦେବାକୁ ପୁଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ମହିଳା କମିଶନ ଅଧକ୍ଷା ମିନତୀ ବେହେରା।

ସୂଚନାଯୋଗ୍ୟ ଯେ ଅନୁଗୁଳ ଜିଲ୍ଲା ରାଣୀ‌ଗୋଡାର ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁଙ୍କ ସହିତ ଘଟିଥିବା ଏହି ଘଟଣା ସଂପର୍କରେ ଗତ ୧୩ ତାରିଖ ଦିନ ସେ ହୋମଗାର୍ଡ ଡିଜିଙ୍କୁ ଲିଖିତ ଭାବେ ଜଣାଇଥିଲେ। ମାତ୍ର ଏହି ଘଟଣାରେ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା। ଆଜି ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିସନରେ ଏକ ମାମଲା ରୁଜୁ ହୋଇଥିବା ବେଳେ ରାଜ୍ୟ ମାନବାଧିକାର କମିସନ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ରିପୋର୍ଟ ତଲବ କରିଛନ୍ତି। ଜାତୀୟ ମାନବାଧିକାର କମିସନରେ ସାମାଜିକ କର୍ମୀ ଜୟନ୍ତ ଦାସଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଓ ପୀଡ଼ିତା ହୋମଗାର୍ଡ଼ଙ୍କୁ କ୍ଷତିପୂରଣ ଦାବିରେ ଏହି ମାମଲା ରୁଜୁ ହୋଇଛି।

ତଥ୍ୟ ମୁତାବକ, ମହିଳା ହୋମଗାର୍ଡ ଅନୁଗୁଳ ଜିଲ୍ଲା ରାଣୀଗୋଡାର ସୈରିଦ୍ରୀ ସାହୁ ଏଭଳି ନିର୍ଯାତନାର ଶିକାର ହୋଇଛନ୍ତି। ହୋମଗାର୍ଡ ଡିଜିଙ୍କୁ ଲେଖିଥିବା ଚିଠିରେ ସୈରିଦ୍ରୀ ଉଲ୍ଲେଖ କରିଛନ୍ତି, ସେ ଅନୁଗୁଳ ଜିଲ୍ଲାରେ ଗଲା ୧୯ ବର୍ଷ ହେବ ସେ ଗୃହରକ୍ଷୀ ଭାବେ କାର୍ଯ୍ୟ କରି ଆସୁଛନ୍ତି। ସାତ ମାସ ତଳେ ଅନୁଗୁଳରେ ଯୋଗ ଦେଇଥିବା ଡିଆଇଜି ପାହ୍ୟାର ଅଧିକାରୀ ବ୍ରିଜେଶ କୁମାର ରାଏଙ୍କ ଘରୋଇ କାମରେ ତାଙ୍କୁ ନିୟୋଜିତ କରାଯାଇଥିଲା। ସେ ଡିଆଇଜିଙ୍କର ଯାବତୀୟ ଘରୋଇ କାମ କରନ୍ତି। କିନ୍ତୁ କୌଣସି କାମରେ ଟିକେ ଭୁଲ ହେଲେ ଡିଆଇଜିଙ୍କ ପତ୍ନୀ ତାଙ୍କୁ ମାଡ଼ ମାରନ୍ତି ଏବଂ ଚାକିରି ନେଇଯିବାର ଧମକ ମଧ୍ୟ ଦିଅନ୍ତି। ଗଲା ୪ ତାରିଖରେ ଡିଆଇଜିଙ୍କ ପତ୍ନୀ ତାଙ୍କୁ ଗଳା ଧକ୍କା ‌ଦେଇ ଘରୁ ବାହାର କରି ଦେଇଥିଲେ। ଚାକିରି ନେଇଯିବାର ଧମକ ମଧ୍ୟ ଦେଇଥିଲେ। ଏଭଳି ନିର୍ଯାତନା ଓ ଚାକିରି ଚାଲିଯିବା ଭୟରେ ସେ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଅଭିଯୋଗରେ ଉଲ୍ଲେଖ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।