ଅପରାଧ ରାଜ୍ୟ

ସ୍ତ୍ରୀକୁ ଶାବଳରେ ପିଟିପିଟି ହତ୍ୟା କଲା ସ୍ବାମୀ

ମୋହନା: ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ଗଜପତି ଜିଲ୍ଲା ମୋହନା ଥାନା ରାଣୀଖମା ଗାଁରେ ଏଭଳି ଘଟଣା ଘଟିଛି। ରାଣୀଖମା ଗାଁର ହାଡୁ ମଲିକ ନିଜ ସ୍ତ୍ରୀ ସାରୁଗାଳୁ ମଲିକଙ୍କୁ ଅତି ଅମାନୁଷିକ ଭାବେ ହତ୍ୟା କରିଛି। ଏନେଇ ମୃତକଙ୍କ ଭାଇ ମୋହନା ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ କରୁଛି।

ଗତକାଲି ଉଭୟ ସ୍ୱାମୀ-ସ୍ତ୍ରୀ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏହାପରେ ସ୍ୱାମୀ ହାଡୁ ମଲିକ ଏକ ଶାବଳରେ ସ୍ତ୍ରୀ ସାରୁଗାଳୁକୁ ପିଟି ପିଟି ହତ୍ୟା କରିଥିଲା। ସ୍ଥାନୀୟ ୱାର୍ଡ ସଭ୍ୟ ଓ ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ସ୍ୱାମୀକୁ ଅଟକ ରଖିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।