ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଅଣାଯିବା ଓ କଂଗ୍ରେସ ବିଧାୟକ ଦଳ ନେତାଙ୍କୁ କହିବା ଲାଗି ସୁଯୋଗ ନଦେବାକୁ ନେଇ  ବିଧାନସଭାରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି ହୋଇଥିବାରୁ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

ଆଜି ଶୂନ୍ୟକାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ ଏହି ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଭାଗୀୟ ମନ୍ତ୍ରୀଙ୍କ ଖାମଖିଆଲି ଓ ତଥ୍ୟଗତ ତ୍ରୁଟି ଥିବା ଉତ୍ତରକୁ ନେଇ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ସାଲୁଜା।

ଏପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି। ସେ କହିଛନ୍ତି, ‘‘ବିରୋଧୀ ଦଳ ଭାବେ ବିବୃତି ମାଗିନଥିଲୁ। କିନ୍ତୁ ନିଜ ଆଡୁ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ। ୫-ଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ। କିଏ ଜନ ବିରୋଧୀ ? ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ଏବଂ ଏହି ଶବ୍ଦକୁ ବାଦ ଦିଅନ୍ତୁ।’’

ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କହିବାକୁ ସୁଯୋଗ ନ ଦେବାରୁ କଂଗ୍ରେସ ବିଧାୟକ ଗୃହ ମଧ୍ୟଭାଗରେ ହୋହଲ୍ଲା କରିଥିଲେ।

ସେହିପରି ବିରୋଧି ଦଳ ନେତାଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ସଂସଦୀୟ ମନ୍ତ୍ରୀ ନିରଂଜନ ପୂଜାରୀ। ସେ କହିଛନ୍ତି, ଆଇନ୍ ବହିର୍ଭୂତ କଥା ଆଧାରରେ କୌଣସି ସ୍ୱାଧିକାର ଭଙ୍ଗ ଆଣିବା ସମୀଚିନ ନୁହେଁ। ବିଧାନସଭାକୁ ରାଜନୈତିକ ମଇଦାନ ସଜାନ୍ତୁନି ବିରୋଧି। ବିରୋଧିଙ୍କ ସ୍ୱାଧିକାର ଭଙ୍ଗର ଆଧାରକୁ ନେଇ ପ୍ରଶ୍ନ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।