ରାଜ୍ୟ ସ୍ପେଶାଲ ରିପୋର୍ଟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା : ୧୫ରୁ ରାଜ୍ୟରେ ଆରମ୍ଭ ହେବ ବର୍ଷା, ୧୬ରେ ବଢ଼ିବ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏ ସକ୍ରିୟ ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୧.୫ କିମି ଯାଏ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହା ପ୍ରଭାବରେ ଆସନ୍ତା ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେ‌ଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ‌ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକାଂଶରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହୁଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ୧୭ ତାରିଖ ଦିନ ମଧ୍ୟ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ଏବେ ସକାଳୁ ସକାଳୁ କୁହୁଡ଼ି ଦେଖିବାକୁ ମିଳୁଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପଡ଼ିବ। ରାଜଧାନୀ ଭୁବନେଶ୍ବର ସମେତ ଆଖପାଖ ଅଞ୍ଚଳରେ ସକାଳେ କୁହୁଡ଼ି ପଡ଼ିବ। ସର୍ବୋଚ୍ଚ ଦିନ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୯ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।