ରାଜ୍ୟ ସ୍ପେଶାଲ ରିପୋର୍ଟ

ଗଛରେ ପିଟିହେଲା ବରଯାତ୍ରୀ କାର୍: ଘଟଣାସ୍ଥଳରେ ଚାଲିଗଲା ଦୁଇଜଣଙ୍କ ଜୀବନ

କଟକ: ଏକ ବରଯାତ୍ରୀ ଗାଡ଼ି ଗଛରେ ପିଟିହେବା ଫଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରତର ହୋଇଥିବାର ଖବର ମିଳିଛି। କଟକ ଜିଲ୍ଲା ବାଙ୍କୀ ରଣଶଙ୍ଖରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।

ଗତକାଲି ବିଳମ୍ବିତ ରାତିରେ ଏକ ବରଯାତ୍ରୀ କାର୍ ଭାରସାମ୍ୟ ହରାଇ ଗଛରେ ମାଡ଼ ହୋଇଥିଲା। କାରଟି ଆଠଗଡ଼ ଅଞ୍ଚଳରୁ ବାଙ୍କୀ ଯାଉଥିବା ବେଳେ ରଣଶଙ୍ଖ ନିକଟରେ ଦୁର୍ଘଟଣାଗସ୍ତ ହେଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ଅବସ୍ଥା ମଧ୍ୟ ସଙ୍କଟାପନ୍ନ ଅଛି। ସମସ୍ତ ମୃତକ ଏବଂ ଆହତ ଆଠଗଡ଼ ଅଞ୍ଚଳରେ ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ବାଙ୍କୀ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।