ରାଜ୍ୟ ସ୍ପେଶାଲ ରିପୋର୍ଟ

ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ମାନପୁର ଗାଁରେ  ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଇଟାଭାଟିରେ କାମ କରୁଥିବା ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ଗୁରୁତରଙ୍କୁ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଗତକାଲି ରାତିରେ ମୋବାଇଲ୍ ଚାର୍ଜ କରିବା ଲାଗି ଶ୍ରମିକମାନେ ଜେନେରେଟର ଚଲାଇଥିଲେ। ହେଲେ ସେମାନେ ତାକୁ ବନ୍ଦ କରିବାକୁ ଭୁଲିଯାଇଥିଲେ। ପରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।