ରାଜ୍ୟ ସ୍ପେଶାଲ ରିପୋର୍ଟ

ଜାନୁଆରିରେ ଓଡ଼ିଶା ଆସିବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ

ଭୁବନେଶ୍ବର: ଆଗାମୀ ୨୦୨୪ ଜାନୁଆରିରେ ଓଡ଼ିଶା ଆସିବେ ଏ ଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ଏନେଇ ସୂଚନା ମିଳିଛି। ଗତକାଲି ଦିଲ୍ଲୀରେ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟି ପିସିସି ସଭାପତି ଶରତ ପଟ୍ଟନାୟକ ଓ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର ଓଡ଼ିଶା ପ୍ରଦେଶ କଂଗ୍ରେସ ସଂଗଠନ ବିଷୟରେ ଆଲୋଚନା କରିଥିଲେ।

ରାଜ୍ୟରେ ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ଦଳ ରାଜ୍ୟରେ କଣ କଣ ସବୁ କାର୍ଯ୍ୟକ୍ରମ କରିଛି, ତାହାର ରିପୋର୍ଟ ନେଇଛନ୍ତି ଖଡ଼ଗେ। ବୈଠକ ପରେ ଖଡ଼ଗେଙ୍କୁ ଓଡ଼ିଶା ଆସିବା ପାଇଁ ନିମନ୍ତ୍ରଣ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେପଟେ ଆଜି ପିସିସି ସଭାପତି ଶରତ ପଟ୍ଟନାୟକ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟି ଜାନୁଆରିରେ ଓଡ଼ିଶା ଆସିବା ପାଇଁ ନିମନ୍ତ୍ରଣ କରିବେ ବୋଲି ଜଣାଯାଇଛି। ଏବେ ପିସିସି ସଭାପତି ଶରତ ପଟ୍ଟନାୟକ ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।