ରାଜ୍ୟ ସ୍ପେଶାଲ ରିପୋର୍ଟ

କିସ୍‌ରେ ଅଭିଭାବକ ସମ୍ମିଳନୀ: ଦେଢ଼ଲକ୍ଷ ଜନଜାତିଙ୍କ ସମାବେଶ

ଚନ୍ଦ୍ରଶେଖରପୁର: କିସ୍ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ନେଇ ଆଜି ଏକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ଜିଲ୍ଲା ସମେତ ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ଆସାମ, ସିକିମ୍‍ ଆଦି ରାଜ୍ୟରୁ ୧ଲକ୍ଷ ଅଭିଭାବକ, ୧୦ହଜାର ପୁରାତନ ଛାତ୍ରଛାତ୍ରୀ ଓ ୪୦ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ କିସ୍‌ରେ ଦେଢ଼ଲକ୍ଷ ଜନଜାତିଙ୍କ ସମାଗମ ହୋଇଥିଲା।

ଅଭିଭାବକମାନେ ଯେପରି ଭଲଭାବେ ସେମାନଙ୍କ ପିଲାମାନଙ୍କ ଭଲମନ୍ଦ ବୁଝିପାରିବେ ସେଥିପାଇଁ କିସ୍‍ ପରିସରରେ ଜିଲ୍ଲାୱାରୀ ଷ୍ଟଲମାନ ଖୋଲାଯାଥିଲା। ଏହି ଅଭିଭାବକ ସମାବେଶରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ବିଶିଷ୍ଟ ଆଦିବାସୀ ନେତା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, କିସ୍‍ ଓ କିଟ୍‍ ଉପସଭାପତି ଉମାପଦ ବୋଷ, ସଂପାଦକ ଆର ଏନ୍‍ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିସ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ ବେହେରା, କିସ୍‍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପିକେ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।