ରାଜ୍ୟ

ଶୀତ ଲହରୀ ଜାରି: ଜି.ଉଦୟଗିରିରେ ୬.୫ ଡିଗ୍ରି

ଭୁବନେଶ୍ବର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୭ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କୋରାପୁଟରେ ୮.୭, କେନ୍ଦୁଝରରେ ୮.୮, ସୁନ୍ଦରଗଡ଼ରେ ୯, ଝାରସୁଗୁଡ଼ାରେ ୯.୨, ଦାରିଙ୍ଗବାଡ଼ିରେ ୯.୫, ଅନୁଗୁଳ ଓ ରାଉରକେଲାରେ ୯.୬ ଡିଗ୍ରି ରହିଥିଲା। ବାକି ସମସ୍ତ ସହର ତାପମାତ୍ରା ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଥିଲା। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ପ୍ରାୟତଃ ସମାନ ରହିଥିବା ବେଳେ ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ରାତିର ତାପମାତ୍ରାରେ ସାମାନ୍ୟ ବଢ଼ିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ଦିନ ଯାଏ ପାଗ ଶୁଖିଲା ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ୨୧ ତାରିଖଠାରୁ ରାତିର ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଆସିପାରେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।