ରାଜ୍ୟ

ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର: ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ହୋଇଥିବା ଜଣାଯାଇଛି। ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନେଇଛନ୍ତି । ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି।
ଗ୍ରେଡ ପେ’ ଓ ଦରମା ବୃଦ୍ଧି ଦାବିରେ ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା । ୧୯୦୦ ଟଙ୍କା ଗ୍ରେଡ ପେ ବଦଳରେ ୪୨୦୦ ଟଙ୍କା ଗ୍ରେଡ ପେ ଦରମା ପାଇଁ ଦାବି କରୁଛନ୍ତି ଅମଲା। ଏଥିପାଇଁ ପୂର୍ବରୁ ଜୁନ୍ ମାସରେ ମଧ୍ୟ ଆନ୍ଦୋଳନ କରିଥିଲେ ଅମଲ । ସେତେବେଳେ ଅମଲାଙ୍କ ଦାବି ଶୀଘ୍ର ସରକାର ପୂରଣ କରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। କିନ୍ତୁ ସରକାରଙ୍କ ଅସ୍ପଷ୍ଟ ନୀତି ପାଇଁ ପୁଣିଥରେ କାର୍ଯ୍ୟବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା ସଂଘ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।