ରାଜ୍ୟ

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ବର: ଦୁଇ ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରୋଗୀ ଜଣକ ସୁସ୍ଥ ଅଛନ୍ତି ଓ ସେ ଘରେ ରହି ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଚିହ୍ନଟ କୋଭିଡ୍‌ ଆକ୍ରାନ୍ତ ଜଣକ କରୋନାର ନୂଆ ପ୍ରଜାତି ଜେଏନ୍‌.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ତାଙ୍କ ନମୁନାର ଜିନୋମ ସିକ୍ବେନ୍ସିଂ ହେବା ପରେ ତାହା ସ୍ପଷ୍ଟ ହେବ। ଏବେ ରାଜ୍ୟରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବରୁ ଗତ ଶନିବାର ଦିନ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ଚଳିତ ମାସ ୩ ତାରିଖରେ ରାଜ୍ୟରେ ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ଅପରପକ୍ଷରେ ଦେଶରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜେଏନ୍‌.୧ ପ୍ରଜାତି ପାଇଁ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ନେଇ ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଏ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିବା ବେଳେ ସତର୍କ ରହିବା ଲାଗି କହିଥିଲେ। ଏବେ ରାଜ୍ୟରେ ପ୍ରତ୍ୟେକ ଦିନ ୨୦୦-୩୦୦ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଲୋକମାନେ ମାସ୍କ ପିନ୍ଧିବା ଲାଗି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।

ତେଣେ ରାଜ୍ୟରେ କୋଭିଡର ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ଗତକାଲି ମତ ରଖିଥିଲେ। ସେ କହିଥିଲେ, ରାଜ୍ୟରେ ଦୁଇଜଣ କୋଭିଡ ରୋଗୀ ଚିହ୍ନଟ ହୋଇଛନ୍ତି।  ହେଲେ ଏହାକୁ ନେଇ ଆତଙ୍କିତ ହେବାର ନାହିଁ। ସେମାନଙ୍କ ଭିତରେ ଲକ୍ଷଣ ବହୁତ କମ୍ ଅଛି। ଦୁହେଁ ଘରେ ଚିକିତ୍ସିତ ହେଉଛନ୍ତି। ଜେନମ ସିକ୍ବେନ୍ସିଂ ପାଇଁ ପଠାଯାଇଛି। ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଓ ଯାହା କୋଭିଡ ସମୟରେ କରାଯାଏ, ତାହା ହୋଇଛି। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।