ରାଜ୍ୟ

ଆଶା ଦିଦିଙ୍କ ଉପରେ ଚଢ଼ିଗଲା ଟ୍ରକ୍: ଚାଲିଗଲା ଜୀବନ

ଅନୁଗୁଳ: ଅନୁଗୁଳରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ରକ ଚଢ଼ି ଯିବାରୁ ଜଣେ ଆଶା ଦିଦିଙ୍କ ଜୀବନ ଚାଲିଯାଇଛି।

ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ମାଧପୁର ସି ଏଚ ସି ଅଧୀନରେ କାର୍ଯ୍ୟରତ ଆଶା ଦିଦି କୁମାରୀ ସାହୁ ଆଜି ଭୋରରୁ ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ଅଞ୍ଚଳରୁ ଆଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରୁ ସେ ମାଧପୁର ଫେରିବା ପାଇଁ ଯାଉଥିବା ବେଳେ ଥାନା ଛକ ନିକଟରେ ତାଙ୍କୁ ଏକ ଟ୍ରକ ଧକ୍କା ଦେଇଥିଲା । ତାଙ୍କ ଉପରେ ଟ୍ରକ ଚଢ଼ି ଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।

ଘଟଣାଟି ଜାତୀୟ ରାଜପଥ ୫୫ ଉପରେ ଘଟିଥିବା ବେଳେ ଜାତୀୟ ରାଜପଥର ଦୁରବସ୍ଥା ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ସାମାନ୍ୟ ଉତ୍ତେଜନା ଦେଖା ଦେଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।