ରାଜ୍ୟ

୩ ଦିନ ଘନ କୁହୁଡ଼ି

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଜାରି ରହିଛି। ଆଜି ସକାଳେ ନୟାଗଡ଼ରେ ଅତି ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ ମିଟରକୁ କମ୍‌ ରହିଥିଲା। ଖୋର୍ଦ୍ଧା, ଭୁବନେଶ୍ବର, ଢେଙ୍କାନାଳ, ଚାନ୍ଦବାଲି, କେନ୍ଦ୍ରାପଡ଼ା, ପାରାଦୀପ, ଅନୁଗୁଳ ଓ କଟକରେ ମଧ୍ୟ କୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ କୁହୁଡ଼ି ଲାଗିରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ୧୮ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି। ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ। ତେଣୁ ରାତି ସମୟରେ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଜିଲ୍ଲାପାଳ ଓ ଏସ୍‌ପିମାନେ ଏଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର, ‌ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ଘନ କୁହୁଡ଼ି ହେବ। ୨୦ ତାରିଖରେ ଦକ୍ଷିଣ ଓଡ଼ିଶା ଓ ୨୧ ତାରିଖରେ ଦକ୍ଷିଣ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ୨୪ ତାରିଖ ବେଳକୁ ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବରରେ ହାଲୁକା ବର୍ଷା ହୋଇପାରେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।