ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ ୪ ଦିନିଆ ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର: ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାରେ ପହଞ୍ଚିବେ। ୨୮ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ୪ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ରାଷ୍ଟ୍ରପତି ପ୍ରଥମେ ରାଞ୍ଚିର ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ କାର୍ଯ୍ୟକ୍ରମ ସାରି ରାଇରଙ୍ଗପୁରରେ ପହଞ୍ଚିବେ। ସେଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ପାଇଁ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ ପ୍ରକଳ୍ପ ଓ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବଡ଼ସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କରିବେ। ସେହିପରି ୨୯ ତାରିଖରେ ରାଷ୍ଟ୍ରପତି କେନ୍ଦୁଝର ଗୋନାସିକାସ୍ଥିତ କଦଳୀବାଡ଼ି ଗ୍ରାମର ଆଦିମ ଅଧିବାସୀ ସଦସ୍ୟଙ୍କ ସହ ଆଲୋଚନା କରିବେ। ଏହାପରେ ସେ ‘କେନ୍ଦୁଝରର ଜନଜାତି ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦ୍‌ଘାଟନ କରିବା ସହ ଧରଣୀଧର ବିଶ୍ବବିଦ୍ୟାଳୟର ଉତ୍ତର କ୍ୟାମ୍ପସ, ଗମ୍ଭରିଆ, କେନ୍ଦୁଝର ଠାରେ ଧରଣୀଧର ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ୧ ତାରିଖରେ ଭଞ୍ଜବିହାରସ୍ଥିତ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ପରେ କଟକରେ ବ୍ରହ୍ମକୁମାରୀ, ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ରାଜଭବନରେ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ। ୨ ତାରିଖରେ ସମ୍ବଲପୁର ଜିଲ୍ଲାରେ ସନ୍ଥକବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ। ସମ୍ବଲପୁର ମିନି ଷ୍ଟାଡିୟମରେ ମହିମା ସଂପ୍ରଦାୟର ଅନୁଗାମୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।